Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପଞ୍ଚାୟତ ଭୋଟ ପାଇଁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ପଞ୍ଚାୟତ ଭୋଟ ପାଇଁ ଛୁଟି ଘୋଷଣା । ଭୋଟ ପାଇଁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ମତଦାନ ପାଇଁ ସମସ୍ତ କର୍ମଚାରୀଙ୍କୁ ମିଳିବ ଛୁଟି । ଭୋଟ ଦିନ ସବୈତନିକ ଛୁଟି ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସରକାରୀ ଓ ବେସରକାରୀ ସଂସ୍ଥା ପାଇଁ ଲାଗୁ ହେବ ନିୟମ । ଅର୍ଥାତ ଯେଉଁ ଅଞ୍ଚଳରେ ଯେଉଁଦିନ ଭୋଟ ଥିବ ସେହି ଅଞ୍ଚଳର ଲୋକ ଉକ୍ତ ଦିନ ଛୁଟି ନେଇପାରିବେ । ଉଭୟ ସରକାରୀ ଓ ବେସରକାରୀ ସଂସ୍ଥାର କର୍ମଚାରୀ ଛୁଟି ନେଇପାରିବେ । କର୍ମଚାରୀଙ୍କ ଆବେଦନ ପରେ ମଧ୍ୟ ଯଦି ଛୁଟି ନଦିଆଯାଏ ତେବେ ଏହାକୁ ଅପରାଧ ବୋଲି ଧରାଯିବ । ଆବଶ୍ୟକ ପଡିଲେ ଛୁଟି ବାତିଲ କରିଥିବା ଅଧିକାରୀ ଓ ସଂସ୍ଥାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ଚଳିତଥର ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ପଡିବ । ଆସନ୍ତା ୧୬, ୧୮, ୨୦, ୨୨, ୨୪ରେ ଭୋଟ ଗ୍ରହଣ ହେବ । ତେଣୁ ଯେଉଁ ତାରିଖରେ ଯେଉଁ ଅଞ୍ଚଳର ଭୋଟ ଥିବ ସେହି ଅଞ୍ଚଳର କର୍ମଚାରୀମାନେ ସେହିଦିନ ଛୁଟି ନେଇପାରିବେ ବୋଲି କହିଛନ୍ତି ନିର୍ବାଚନ କମିଶନ । ମତଦାନ ସମସ୍ତଙ୍କର ଅଧିକାର । ଏହି ଅଧିକାରରୁ କେହି କାହାରିକୁ ବଞ୍ଚିତ କରିପାରିବେ ନାହିଁ । ତେଣୁ ମତଦାନ ଦିନ ସମସ୍ତ କର୍ମଚାରୀଙ୍କୁ ଛୁଟି ଦିଆଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top