Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଉ ୭ ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ଓଡ଼ିଶା ୱେୟାର): କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ ବହୁ ଜୀବନ ଅକାଳରେ ଝଡ଼ି ପଡ଼ିଲା। ଏବେ ପୁଣି ଘାରିଲାଣି ତୃତୀୟ ଲହର ଚିନ୍ତା। ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଲେଣି ରାଜ୍ୟ ସରକାର। ଅକ୍ସିଜେନ ଅଭାବରୁ ଯେପରି କେହି ମୃତାହତ ନ ହୁଅନ୍ତି ସେଥିନିମନ୍ତେ ରାଜ୍ୟରେ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାପନ କରାଯାଉଛି ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ।
ପୂର୍ବରୁ ୨୩ଟି ଜିଲ୍ଲାରେ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଏବେ ଅବଶିଷ୍ଟ ୭ଟି ଜିଲ୍ଲାରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରାଯାଇଛି।
ଏହି କ୍ରମରେ ରାଜ୍ୟର ସବୁ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ମହାମାରୀ ସମୟରେ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ହେବା ଦ୍ୱାରା ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋମିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହ ଅନ୍ୟାନ୍ୟ ଜିଲ୍ଲାର ବିଭିନ୍ନ ହସ୍ପିଟାଲ୍ରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ଓ୍ୱାର୍ଡ ସହ ଟିକା ଭଣ୍ଡାର ଗୃହର ଉଦ୍ଘାଟନ ହୋଇଛି।
ରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଜଣେ ବି କରୋନା ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ରାଜ୍ୟ ସରକାର କାର‌୍ୟ୍ୟ କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।ଏହାସହ ମୁଖ୍ୟମନ୍ତ୍ରୀ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top