Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

MGNREGS ଶ୍ରମିକଙ୍କ ପାଇଁ ୩୫୨ କୋଟିର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ଓଡ଼ିଶା ୱେୟାର):

ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ନିୟୋଜିତ ଶ୍ରମିକଙ୍କ ପାଇଁ ଆଜି ରାଜ୍ୟ ସରକାର କୋଭିଡ୍ ସହାୟତା ପ୍ରଦାନ କରିଛନ୍ତି। ଏପ୍ରିଲରୁ ଜୁନ ପର‌୍ୟ୍ୟନ୍ତ ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକମାନଙ୍କୁ ସେମାନଙ୍କ ପ୍ରତିଦିନ ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି। ଏହି ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି। ଏହାଦ୍ୱାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର‌୍ୟ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି। ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଛନ୍ତି। ଆଜି ଭିଡିଓ ନ୍ସିଂଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି।
ଏମ୍‌ଜିଏନ୍‌ଆରଇଜିଏସ୍‌ଙ୍କ ପାଇଁ ପ୍ୟାକେଜ ଘୋଷଣା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ମୋ ହୃଦୟରେ ଗରିବ ଲୋକଙ୍କ ପାଇଁ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି। ଗରିବ ଲୋକଙ୍କ କାର‌୍ୟ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ। ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାର‌୍ୟ୍ୟ କରିବା ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡ୍‌ର ଦ୍ୱିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏଥିରେ ଶ୍ରମିକମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି। ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତବର୍ଷ ଏ ପର‌୍ୟ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି। ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖା ଯାଇଛି।
ଏହି ଅବସରରେ ପଞ୍ଚାଯତିରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ କୃଷକ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଛନ୍ତି।
ଏହି କାର‌୍ୟ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ରାଉରକେଲା ବିଧାୟକ ସାରଦା ନାୟକ ପ୍ରମୁଖ ଯୋଗଦେଇ ବିଭିନ୍ନ ବିକାଶ ଓ ଜନ କଲ୍ୟାଣ କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ। ଏହି କାର‌୍ୟ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର MGNREGSଝ ଶ୍ରମିକମାନେ ଭିଡିଓ କନଫରେନସିଙ୍ଗ ଯୋଗେ ଯୋଡି ହୋଇଥିଲେ। ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ, କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ, କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜର ଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ। ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଜ୍ୟ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top