Latest

MGNREGS ଶ୍ରମିକଙ୍କ ପାଇଁ ୩୫୨ କୋଟିର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Posted on

ଭୁବନେଶ୍ୱର, (ଓଡ଼ିଶା ୱେୟାର):

ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ନିୟୋଜିତ ଶ୍ରମିକଙ୍କ ପାଇଁ ଆଜି ରାଜ୍ୟ ସରକାର କୋଭିଡ୍ ସହାୟତା ପ୍ରଦାନ କରିଛନ୍ତି। ଏପ୍ରିଲରୁ ଜୁନ ପର‌୍ୟ୍ୟନ୍ତ ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକମାନଙ୍କୁ ସେମାନଙ୍କ ପ୍ରତିଦିନ ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି। ଏହି ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି। ଏହାଦ୍ୱାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର‌୍ୟ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି। ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଛନ୍ତି। ଆଜି ଭିଡିଓ ନ୍ସିଂଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି।
ଏମ୍‌ଜିଏନ୍‌ଆରଇଜିଏସ୍‌ଙ୍କ ପାଇଁ ପ୍ୟାକେଜ ଘୋଷଣା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ମୋ ହୃଦୟରେ ଗରିବ ଲୋକଙ୍କ ପାଇଁ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି। ଗରିବ ଲୋକଙ୍କ କାର‌୍ୟ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ। ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାର‌୍ୟ୍ୟ କରିବା ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡ୍‌ର ଦ୍ୱିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏଥିରେ ଶ୍ରମିକମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି। ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତବର୍ଷ ଏ ପର‌୍ୟ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି। ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖା ଯାଇଛି।
ଏହି ଅବସରରେ ପଞ୍ଚାଯତିରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ କୃଷକ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଛନ୍ତି।
ଏହି କାର‌୍ୟ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ରାଉରକେଲା ବିଧାୟକ ସାରଦା ନାୟକ ପ୍ରମୁଖ ଯୋଗଦେଇ ବିଭିନ୍ନ ବିକାଶ ଓ ଜନ କଲ୍ୟାଣ କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ। ଏହି କାର‌୍ୟ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର MGNREGSଝ ଶ୍ରମିକମାନେ ଭିଡିଓ କନଫରେନସିଙ୍ଗ ଯୋଗେ ଯୋଡି ହୋଇଥିଲେ। ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ, କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ, କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜର ଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ। ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଜ୍ୟ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ ।

Leave a Reply

Your email address will not be published. Required fields are marked *

Most Popular

Exit mobile version