Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏକାମ୍ରବାସୀଙ୍କୁ ୧୦୩ କୋଟି ଟଙ୍କାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ଓଡ଼ିଶା ୱେୟାର) : ପ୍ରଗତି ପଥେ ଏକାମ୍ର। ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀର ୧୦୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୩ କୋଟି ଟଙ୍କା ବ୍ୟୟ ଅଟକଳରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ବ୍ୟବସ୍ଥା, ୯ କୋଟି ଟଙ୍କା ବ୍ୟୟରେ ବରମୁଣ୍ଡା ହାଉସିଂ ବୋର୍ଡ କଲୋନି ଓ ଜଗନ୍ନାଥ ବିହାର ଅଞ୍ଚଳକୁ ୨୪ ଘଣ୍ଟିଆ ଜଳଯୋଗାଣ, ୫୨ କୋଟି ଟଙ୍କା ବ୍ୟୟରେ ଗଙ୍ଗୁଆ ବାମ ପାର୍ଶ୍ୱରେ ୨ ଲେନ ବିଶିଷ୍ଟ ରାସ୍ତା, ୩ କୋଟି ୯୬ ଲକ୍ଷ ଟଙ୍କା ବ୍ୟୟରେ ଲିଙ୍ଗରାଜ ଓ ଲେପ୍ରୋସି କଲୋନୀ ବାସିନ୍ଦାଙ୍କୁ ଥଇଥାନ, ଦେଢ କୋଟି ଟଙ୍କା ବ୍ୟୟରେ ଧଉଳି ଶାନ୍ତିସୂପର ନବୀକରଣ କରାଯିବ।
ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢି ତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ଵରର ଗରିମା ଆହୁରି ବୃଦ୍ଧି ପାଇବ । ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍‌ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୂର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମାନ ପୁରୁଣା ଭୁବନେଶ୍ଵରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ । କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଜଳସଂପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଓ ଭୁବନେଶ୍ୱର ମୁନିସପାଲଟି କମିଶନର ପ୍ରମୁଖ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top