Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଗସ୍ତରେ ଯାଇ ବାଣ୍ଟିଲେ ସ୍ମାର୍ଟ ହେଲ୍‌ଥ କାର୍ଡ

ବଲାଙ୍ଗିର (ଓଡ଼ିଶା ୱେୟାର) : ଟିଟିଲାଗଡ଼ରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ । ବଲାଙ୍ଗିର ଗସ୍ତରେ ଯାଇ BSKY ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ କାର୍ଯ୍ୟ କରୁଛି ।
ବଲାଙ୍ଗିର ଜିଲ୍ଲାର ସାଢ଼େ ୪ ଲକ୍ଷ ଲୋକ ସ୍ମାର୍ଟକାର୍ଡରେ ଉପକୃତ ହେବେ । ସ୍ମାର୍ଟ ହେଲ୍‌ଥ କାର୍ଡରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ରହିଛି । ମାଆମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା । ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଗାଁ ହେଉ କି ସହର ସବୁ ଲୋକଙ୍କ ଜୀବନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ । ଖୁବଶୀଘ୍ର ଟିଟିଲାଗଡ଼ ଓ ସଇଁତଳା ପାଇଁ ପାଇପ୍‌ ଓ୍ଵାଟର କାମ ଆରମ୍ଭ ହେବ । ଟିଟିଲାଗଡ଼ ପରେ ପାଟଣାଗଡ଼ ଓ ବଲାଙ୍ଗିର ଗସ୍ତରେ ମୁଖ୍ୟମନ୍ତ୍ରୀ । ପାଟଣାଗଡ଼ରେ ହରିଶଙ୍କର ମନ୍ଦିରର ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top