ଭୁବନେଶ୍ୱର (ଓଡ଼ିଶା ୱେୟାର): ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଆଉ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର ଦୁର୍ନୀତି ଓ ଅପାରଗତା ପାଇଁ ଏହି ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅବସର ଦିଆଯାଇଥିବା ସରକାରୀ ଅଧିକାରୀ ମାନେ ହେଲେ ବାରିପଦା ଓଞଊଇର ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସ, ବାଲିକୁଦା ବ୍ଲକ ସିଡିପିଓ ସରଳା ଦେଇ, ବାଲିକୁଦା ଅଙ୍ଗନବାଡ଼ି ସୁପରଭାଇଜର ପ୍ରତିମା ସାହୁ, ଅନୁଗୁଳ ପିଟିସି ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା, କେନ୍ଦୁଝର ସଦର ତହସିଲ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ । ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଅଧିକାରୀଙ୍କୁ ଦୁର୍ନୀତି ଓ ଅପାରଗତା ପାଇଁ ଚାକିରିରୁ ବାଧ୍ୟତାମୂଳ ଅବସର ଦିଆଗଲାଣି ।
ମୟୂରଭଂଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏ ର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ଏହି ଆୟ ବହିର୍ଭୁତ ସମ୍ପତ୍ତି ମଧ୍ୟରେ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘରୁ ନଗଦ ଜବତ କରାଯାଇଥିଲା । ତାଙ୍କର ଭୁବନେଶ୍ବର ବରଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ରହିଛି । ଏହା ସହିତ ବାଲେଶ୍ବରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ। ଦୁର୍ନୀତି ନିବାରଣ ବିଭାଗର ଅନୁସଂଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ବରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି ।
ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ଶ୍ରୀମତି ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି । ଲାଞ୍ଚ ଦାବି ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ଶ୍ରୀ ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ ରେଭିନ୍ୟୁ ସୁପରଭାଇଜର (ଜରଙ୍ଖରଦ୍ଭଙ୍କର ଝଙ୍କକ୍ଟ୍ରରକ୍ସଙ୍ଖସଗ୍ଦକ୍ଟକ୍ସ) ଶ୍ରୀ ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରାରା ଧରା ପଡିଥିଲେ । ଅସାଧୁ କାର୍ୟ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।


