Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୨୨ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ମାଲକାନଗିରି ଓ ସୁନ୍ଦରଗଡ଼ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ତାରିଖରେ ବଲାଙ୍ଗିର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ପ୍ରାୟ ୩୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମ ସରକାରୀ ହୋଇଥିବାବେଳେ ବିଜେଡି ସେଥିରୁ ଫାଇଦା ନେବା ପାଇଁ ୧୫ରୁ ଅଧିକ ମନ୍ତ୍ରୀ ଓ ୩୦ରୁ ଊର୍ଦ୍ଧ୍ୱ ରାଜ୍ୟସ୍ତରୀୟ ନେତାଙ୍କୁ ଜିଲ୍ଲାରେ ମୁତୟନ କରି ଏହି କାର୍ଡ ବଣ୍ଟିବ ବୋଲି ସୂଚନା ମିଳିଛ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଆସନ୍ତା ୨୨ତାରିଖରେ ବଲାଙ୍ଗିର ଗସ୍ତରେ ଯାଇ ୩ଟି ସ୍ଥାନରେ କାର୍ଯ୍ୟକ୍ରମରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟିଟିଲାଗଡ଼,ପାଟଣାଗଡ଼ ଓ ବଲାଙ୍ଗିରରେ ମଧ୍ୟ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଭୁବନେଶ୍ୱର ଫେରିବେ ବୋଲି ଜଣାପଡ଼ିଛି। ଟିଟିଲାଗଡ଼ରେ ବିଜୁ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତବେଳେ ପ୍ରାୟ ୩୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ସୁନ୍ଦରଗଡ଼ ଭଳି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ବିଭିନ୍ନ ବ୍ଲକ ମୁଖ୍ୟାଳୟରେ ସିଧାସଳଖ ପ୍ରସାରଣ ହେବ ଓ ମନ୍ତ୍ରୀମାନେ ସେଠାରେ ସାଧାରଣ ଲୋକମାନଙ୍କ ସହ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଓ ବିଜେଡି ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପଂଚାୟତ ଓ ସାଧାରଣ ନିର୍ବାଚନରେ ଦଳର ପ୍ରଦର୍ଶନ ବଲାଙ୍ଗିର ଜିଲ୍ଲାରେ ଆଶାନୁରୂପ ନଥିବାବେଳେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମରୁ ଫାଇଦା ନେବାକୁ ବିଜେଡି ଲକ୍ଷ୍ୟ ରଖିଛି। ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ସୁଶାନ୍ତ ସିଂଙ୍କ ବାସଭବନରେ ଏନେଇ ପ୍ରସ୍ତୁତି ବୈଠକ ହୋଇଥିବାବେଳେ ଜିଲ୍ଲାର ମୋଟ ୧୪ଟି ବ୍ଲକ ଓ ୫ଟି ପୌରାଂଚଳରେ ୧୫ରୁ ଅଧିକ ମନ୍ତ୍ରୀଙ୍କୁ ନିୟୋଜିତ କରାଯିବ। ସେମାନଙ୍କୁ ସହଯୋଗ ପାଇଁ ୩୦ରୁ ଅଧିକ ରାଜ୍ୟସ୍ତରୀୟ ନେତାମାନେ ଜିଲ୍ଲାରେ ୩ରୁ ୪ଦିନ ଡେରା ପକାଇ ଏହି ସ୍ମାର୍ଟ କାର୍ଡ ବାଣ୍ଟିବେ ବୋଲି ସୂଚନା ମିଳିଛି। ଆଗକୁ ପଂଚାୟତ ଓ ପୌର ନିର୍ବାଚନ ଥିବାରୁ ବିଜେଡି ପକ୍ଷରୁ ଏଭଳି କାର୍ଯ୍ୟକ୍ରମ ଆୟୋଜନ ହୋଇଥିବା ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top