Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶୁକ୍ରବାର ଠାରୁ ପଞ୍ଚମ ତଥା ଅନ୍ତିମ ଟେଷ୍ଟ

ମାଞ୍ଚେଷ୍ଟର: ଇଂଲଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି ପଞ୍ଚମ ତଥା ଅନ୍ତିମ ଟେଷ୍ଟ। ଏହା ପୂର୍ବରୁ ଭାରତୀୟ ଟିମକୁ ଆଉ ଏକ ବଡ଼ ଝଟକା ଲାଗିଛି। ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କ ପରେ ଟିମର ଆଉ ଜଣେ ସପୋର୍ଟ ଷ୍ଟାଫ୍ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯେଉଁଥି ପାଇଁ ଗୁରୁବାର ଟିମର ପ୍ରାକ୍ଟିସ ସେସନକୁ ବାତିଲ କରିବାକୁ ପଡ଼ିଛି।
ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଧିକାରୀ ପିଟିଆଇକୁ ଏହାର ସୂଚନା ଦେଇଛନ୍ତି। ତେବେ ଟିମର କେଉଁ ସଦସ୍ୟଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି, ତା’ର ଖୁଲାସା ହୋଇନାହିଁ। ତେବେ ନ୍ୟୁଜ୍ ଏଜେନ୍ସିର ସୂଚନା ମୁତାବକ, ଭାରତୀୟ କ୍ରିକେଟ୍ ଟିମର ଜୁନିୟର ଫିଜିଓ ଯୋଗେଶ ପରମାର ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ପରେ ଏବେ ଖେଳାଳିମାନଙ୍କୁ ନିଜ ନିଜର ରୁମରେ ରହିବାକୁ ପରାମର୍ଶ ଦିଆଯାଇଛି।
ବୁଧବାର ହୋଇଥିବା ଟେଷ୍ଟ ପରେ ସପୋର୍ଟ ଷ୍ଟାଫଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଗୁରୁବାର ସକାଳେ ପୁଣିଥରେ ସବୁ ଖେଳାଳିଙ୍କର ଟେଷ୍ଟ କରାଯାଇଛି। କିନ୍ତୁ ଏଯାଏ ରେଜଲ୍ଟ ଆସିନାହିଁ। ଏହା ପୂର୍ବରୁ କୋଚ୍ ରବି ଶାସ୍ତ୍ରୀ, ବୋଲିଂ କୋଚ୍ ଭରତ ଅରୁଣ ଓ ଫିଲ୍ଡିଂ କୋଚ୍ ଆର୍ ଶ୍ରୀଧରଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି।
ରବି ଶାସ୍ତ୍ରୀଙ୍କ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମ ପରେ କୋଭିଡ୍-୧୯ ମାମଲା ସାମ୍ନାକୁ ଆସିଛି। ଏହି କାର୍ଯ୍ୟକ୍ରମ ବଡ଼ ସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ କୋଚ୍ ଶାସ୍ତ୍ରୀ ଓ କ୍ୟାପଟେନ୍ ବିରାଟ୍ କୋହଲିଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଏହା ପରୋ ବିସିସିଆଇ ଏହି ମାମଲାରେ ଶାସ୍ତ୍ରୀ ଓ କୋହଲିଙ୍କୁ ଜବାବ ମଧ୍ୟ ମାଗିଥିଲା। କିନ୍ତୁ ଏବେ କୋଭିଡର ନୂଆ ମାମଲା ବିସିସିଆଇର ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ଟିମର ଅଧିକାଂଶ ଖେଳାଳି ନିଜ ନିଜର ପରିବାର ସହ ଇଂଲଣ୍ଡରେ ଅଛନ୍ତି ଏବଂ ସେମାନଙ୍କର ସହ ଛୋଟ ଛୁଆମାନେ ମଧ୍ୟ ଅଛନ୍ତି।
ସୂଚନାଯୋଗ୍ୟ, ପାଞ୍ଚମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ ଭାରତ ୨-୧ରେ ଆଗୁଆ ରହିଛି। ଲଣ୍ଡନର ଓଭାଲରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ଇଂଲଣ୍ଡକୁ ୧୫୭ ରନରେ ହରାଇଥିଲା। ଉକ୍ତ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୧୯୧ ରନରେ ଅଲଆଉଟ୍ ହୋଇଥିଲା। ଜବାବରେ ଇଂଲଣ୍ଡ ୨୯୦ ରନ୍ କରି ୯୯ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ ଇନିଂସରେ ରୋହିତ୍ ଶର୍ମାଙ୍କ ଶତକ ସାଙ୍ଗକୁ ଶାର୍ଦ୍ଦୁଲ ଠାକୁର ଓ ଋଷଭ ପନ୍ତଙ୍କ ଉପଯୋଗୀ ଇନିଂସ୍ ବଳରେ ଭାରତ ୪୬୬ ରନ୍ କରି ଇଂଲଣ୍ଡ ଆଗରେ ୩୬୮ ରନର ଲକ୍ଷ୍ୟ ରଖିଥିଲା। ଏହି ଲକ୍ଷ୍ୟର ପିଛା କରୁଥିବା ଇଂଲଣ୍ଡ ଏକ ସମୟରେ ବିନା ୱିକେଟ୍ ହରାଇ ୧୦୦ ରନ୍ କରିଥିଲା। କିନ୍ତୁ ପରେ ଟିମ୍ ୨୧୦ ରନରେ ଅଲଆଉଟ୍ ହୋଇଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top