Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୂର୍ତ୍ତି ଉଚ୍ଚତା ବିବାଦର ହେଲା ଅନ୍ତ, ସରକାର ଜାରି କରି ଥିବା ଏସଓପି ଅନୁସାରେ ପୂଜା କରାଯିବ

କଟକ (ଓଡ଼ିଶା ୱେୟାର) : କଟକରେ ଦୁର୍ଗା ମୂର୍ତ୍ତି ଉଚ୍ଚତାକୁ ନେଇ ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଏବଂ ରାଜ୍ୟ ସରକାରଙ୍କ ଗାଇଡଲାଇନକୁ ମାନିବା ପାଇଁ ସର୍ବସମ୍ମତି କ୍ରମେ ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି। ୪ ଫୁଟ୍ ଉଚ୍ଚତା ଭିତରେ ମୂର୍ତ୍ତି ତିଆରି କରି ମା’ଙ୍କ ପୂଜା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିବା କଟକ ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ହାଇକୋର୍ଟଙ୍କ ରାୟକୁ ସମ୍ମାନ ଜଣାଇଛୁ। ସରକାର ଜାରି କରି ଥିବା ଏସଓପି ଅନୁସାରେ ପୂଜା କରାଯିବ।
ହାଇକୋର୍ଟରୁ ବାଲୁବଜାର ପୂଜା କମିଟିକୁ ଝଟକା ମିଳିବାର ପରେ ସହରର ପୂଜା କମିଟି ଏବଂ ଶାନ୍ତି କମିଟି ପକ୍ଷରୁ ଗତକାଲି ଆଭ୍ୟନ୍ତରୀଣ ବୈଠକ ବସିଥିଲା। କେତେକ ପୂଜା ମଣ୍ଡପ କର୍ମକର୍ତ୍ତା ଶାନ୍ତି କମିଟି ବୈଠକରେ ଅସନ୍ତୋଷ ଜାହିର କରିବା ସହ ଘଟପୂଜା ପାଇଁ ପ୍ରସ୍ତାବ ଦେଇଥିବା ବେଳେ ଆଉ କିଛି ପୂଜା କମିଟି ୪ ଫୁଟ ମୂର୍ତ୍ତି ତିଆରି କରି ପୂଜା କରିବାକୁ ନିଷ୍ପତ୍ତି ନେଇଥିଲେ।
ସୂଚନାଯୋଗ୍ୟ, କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ଦେଖି ରାଜ୍ୟ ସରକାର ପାର୍ବଣ ଗାଇଡ୍‌ଲାଇନ୍‌ ଜାରି କରିଥିଲେ। ମୂର୍ତ୍ତିର ଉଚ୍ଚତା ୪ ଫୁଟ ଭିତରେ ସୀମିତ ରଖିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ସରକାରଙ୍କ ଏପରି ନିଷ୍ପତ୍ତି ହାସ୍ୟାସ୍ପଦ ବୋଲି ବିଭିନ୍ନ ପୂଜା କମିଟି ସଦସ୍ୟ ଓ ବିରୋଧୀ କଂଗ୍ରେସ ଏବଂ ବିଜେପି କହିଥିଲେ। କଟକରେ ଦୁର୍ଗା ମୂର୍ତ୍ତି ଉଚ୍ଚତାକୁ ବଢ଼ାଇବା ପାଇଁ ୧୩ ତାରିଖରେ କଟକ ବନ୍ଦ ଡାକରା ଦେଇଥିଲା ବିଜେପି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top