Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମହାନଦୀ ଫସିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଓଲଟି ପଡ଼ିଲା ଓଡ୍ରାଫ ବୋଟ୍‌

କଟକ(ଓଡ଼ିଶା ୱେୟାର) : ମହାନଦୀ ମଝିରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ବୋଟ୍‌ ଓଲଟି ପଡ଼ିଲା। ହାତୀକୁ କୂଳକୁ ଘଉଡ଼ାଇବା ବେଳେ ମୁଣ୍ଡଳୀ ବ୍ୟାରେଜ ନିକଟରେ ପାଣିର ପ୍ରଖର ସ୍ରୋତରେ ଓଲଟି ପଡ଼ିଲା ବୋଟ୍‌। ରବର ବୋଟରେ ଅପରେସନରେ ସାମିଲ ଥିଲେ ଓଡ୍ରାଫ ଟିମ୍‌।
ସୂଚନାଯୋଗ୍ୟ, ଦୀର୍ଘ ୭ ଘଣ୍ଟାର ସଂଘର୍ଷ ପରେ କୂଳ ମୁହାଁ ହୋଇଥିବା ହାତୀଟି ପୁଣି ନଦୀ ମୁହାଁ ହୋଇଛି। ଅତ୍ୟଧିକ ଲୋକ ଗହଳି ଦେଖି ହାତୀଟି ମଝି ନଦୀକୁ ଚାଲି ଯାଇଛି। ଉଦ୍ଧାର ପାଇଁ ବନବିଭାଗ କର୍ମଚାରୀ ଉଦ୍ୟମ ଜାରି ରଖିଥିବା ବେଳେ ବୋଟ ଯୋଗେ ନଦୀକୁ ଯାଇଥିଲା ଓଡ୍ରାଫ୍‌ ଟିମ୍‌। ହେଲେ ହାତୀ ଉଦ୍ଧାର ଅପରେସନ ବେଳେ ବୋଟଟି ଦୁର୍ଘଟଣାଗ୍ରସ୍ତ ହୋଇଛି।
ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ବୋଟ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ସେଥିରେ ଓଡ୍ରାଫ୍‌ ଟିମ୍‌ ମେମ୍ବରଙ୍କ ସମେତ ଓଟିଭିର ୨ ପ୍ରତିନିଧି ମଧ୍ୟ ଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଓଟିଭିର ୨ ପ୍ରତିନିଧିଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ଆଜି ଭୋରରୁ ମୁଣ୍ଡଳୀଠାରେ ମହାନଦୀରେ ଫସି ରହିଥିଲା ହାତୀଟି। ହାତୀକୁ କୂଳକୁ ଆଣିବାକୁ ବନ ବିଭାଗ ଅଧିକାରୀ, କର୍ମଚାରୀ ଓ ଓଡ୍ରାଫ ଟିମ୍‌ ଦୀର୍ଘ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ କରିଥିଲେ। ହାତୀଟି ନଦୀ ମଝିରେ ହାଲିଆ ହୋଇ ଯାଇଥିବା ବେଳେ ତାକୁ ଖାଇବାକୁ କଦଳୀ ଦିଆଯାଇଥିଲା।
ପ୍ରାୟ ୫ ଘଣ୍ଟା ନଦୀରେ ରହିବା ପରେ ହାତୀଟି କୂଳକୁ ଫେରିବାକୁ ଚେଷ୍ଟା ଆରମ୍ଭ କରିଥିଲା ପହଞ୍ଚିଲା । ମାତ୍ର କୂଳ ଲୋକାରଣ୍ୟ ହୋଇଥିବାରୁ ହାତୀଟି କୂଳକୁ ଫେରିବାକୁ ସୁରକ୍ଷିତ ମଣି ନ ଥିଲା। ଫଳରେ ଅନ୍ୟ ଉପାୟ ନ ପାଇ ସେ ପୁଣି ନଦୀ ମଝିକୁ ଫେରି ଯାଇଥିଲା।
ଦୀର୍ଘ ୭ ଘଣ୍ଟା କାଳ ପାଣି ଭିତରେ ରହି ହାତୀଟିର ସ୍ୱାସ୍ଥ୍ୟ ବିଗିଡ଼ିବାରେ ଲାଗିଲାଣି। ଏପରିକି ହାତୀ ଶରୀରର ରଙ୍ଗ ପରିବର୍ତ୍ତନ ହେବାକୁ ଲାଗିଲାଣି। ଏବେ ହାତୀଟିକୁ କିପରି ଉଦ୍ଧାର କରାଯିବ ତାହା ବନ ବିଭାଗ ସମ୍ମୁଖରେ ଏକ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top