Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ

ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ଯୋଗ ଦେଇଥିଲେ। ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ନେଇ ଆଲୋଚନା ଚାଲିଥିବା ବେଳେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟ କ୍ୟାବିନେଟରେ ସୁପାରିସ କରାଯାଇଛି।

ପ୍ରଥମେ ଏହି ବୈଠକରେ ରାଜ୍ୟ କ୍ୟାବିନେଟ ଭଙ୍ଗ ସୁପାରିସ ଉପରେ ମୋହର ବାଜିଛି । ଏହାପରେ କ୍ୟାବିନେଟ ନିଷ୍ପତ୍ତିକୁ ନିର୍ବାଚନ କମିଶନଙ୍କୁ ଅବଗତ କରାଯିବ । ଏଥିସହିତ ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ସୁପାରିଶ କରିବା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଅନ୍ୟପଟେ ଜୁନ୍‌‌ ୨୪ ପର୍ଯ୍ୟନ୍ତ ରହିଛି ନବୀନ ସରକାର କାର୍ଯ୍ୟକାଳ ।

ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ଆସନ୍ତାକାଲି ହେବ। ଭୋଟ୍‌ ଗଣତି ପୂର୍ବରୁୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ଆଜିର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି। ଭୋଟ୍‌ ଗଣତି ପରେ ସଂଖ୍ୟା ଗରି‌ଷ୍ଠତା ହାସଲ କରିଥିବା ଦଳ ସରକାର ଗଢ଼ିବା ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ବାଚନ ପ୍ରକ୍ରିୟା ଅନୁଯାୟୀ, ଜୁନ୍ ୪ରେ ଭୋଟ୍‌ ଗଣତି ରହିଛି। ଏହା ପୂର୍ବରୁ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ପୂରଣ ନେଇ ଅବଗତ କରାଇବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top