Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏସଡିଓ ଏବଂ କନିଷ୍ଠ ଯନ୍ତ୍ରୀଙ୍କୁ କାଦୁଅ ରାସ୍ତାରେ ଚଲାଇଲେ ଗ୍ରାମବାସୀ

ଖୋର୍ଦ୍ଧା(ଓଡ଼ିଶା ଓ୍ବେୟାର): ଜଳସେଚନ ବିଭାଗର ଏସଡିଓ ଏବଂ କନିଷ୍ଠ ଯନ୍ତ୍ରୀଙ୍କୁ କାଦୁଅ ରାସ୍ତାରେ ଚଲାଇଲେ ଗ୍ରାମବାସୀ। ଏଭଳି ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଏହି ଘଟଣା ଖୋର୍ଦ୍ଧା ଭଗବତୀପଡା ଅଞ୍ଚଳରେ ଘଟିଛି। ରାସ୍ତା କାର୍ଯ୍ୟ ସରିନପାରିବାରୁ ତାତିଥିଲେ ଗ୍ରାମବାସୀ । ଜଳସେଚନ ବିଭାଗ ଏସଡିଓ ଏବଂ କନିଷ୍ଠ ଯନ୍ତ୍ରୀଙ୍କୁ କାଦୁଅ ରାସ୍ତାରେ ଚଲାଇଥିଲେ ଲୋକେ । ଲଗାଣ ବର୍ଷା ଯୋଗୁଁ ମଲାଗୁଣି ନଦୀର ଜଳସ୍ତର ବୃଦ୍ଧି ପାଇଛି । ଫଳରେ ଭଗବତୀପଡା ଗାଁ ନିକଟରେ ଘଳିଆ ଫିଟି ପାଣି ଯାଉଛି ।
ବନ୍ଧ ଉପରେ ବାଲିବସ୍ତା ଦିଆଯାଇଛି । ଗୋଳବାଇ- କଣାସ ରାସ୍ତାକୁ ସଂଯୋଗ କରୁଥିବା ଭଗବତୀପଡା ଏକମାତ୍ର ରାସ୍ତା ଜଳସେଚନ ବିଭାଗ ପକ୍ଷରୁ ନାଳ ସାଇଟରେ ସିମେଣ୍ଟ କଂକ୍ରିଟ ପାଚେରୀ କାମ ହେଉଥିବା ଯୋଗୁଁ ରାସ୍ତାଟିକୁ ସଂପୂର୍ଣ୍ଣ କଟାଯାଇ ତାଉପରେ ଖାଲି ମାଟିପଡିଥିଲା । ହେଲେ ଲଗାଣ ବର୍ଷା ଯୋଗୁଁ ସେହି ରାସ୍ତାରେ ଚାଲିକି ଯିବା ମଧ୍ୟ କଷ୍ଟକର ହୋଇପଡିଛି । ଗୋଳବାଇ- କଣାସ ରାସ୍ତାକୁ ସଂଯୋଗ କରୁଥିବା ଭଗବତୀପଡା ହେଉଛି ଏକମାତ୍ର ରାସ୍ତା। ଜଳସେଚନ ବିଭାଗ ପକ୍ଷରୁ ନାଳ ସାଇଟରେ ସିମେଣ୍ଟ କଂକ୍ରିଟ ପାଚେରୀ କାମ ହେଉଥିବା ଯୋଗୁଁ ରାସ୍ତାଟିକୁ ସଂପୂର୍ଣ୍ଣ କାଟାଯାଇ ତା ଉପରେ ଖାଲି ମାଟିପଡିଥିଲା । ରାସ୍ତା କାର୍ଯ୍ୟ ହୋଇନଥିଲା।
ହେଲେ ଲଗାଣ ବର୍ଷା ଯୋଗୁଁ ଉକ୍ତ ରାସ୍ତା ରେ ଚାଲିକି ଯିବା ସମ୍ଭବ ନୁହେଁ। ଉକ୍ତ ରାସ୍ତାଟି ସଂପୂର୍ଣ୍ଣ ଭାବରେ ପାଣିକାଦୁଅରେ ପରିପୂର୍ଣ୍ଣ।ଏହି ରାସ୍ତା ମରାମତି ପାଇଁ ସ୍ଥାନୀୟ ଭଗବତୀପଡା ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ।ହେଲେ ବିଭାଗୀୟ ଅଧିକାରୀ ରଜ ପୂର୍ବରୁ ସାରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ କାମ ସଂପୂର୍ଣ୍ଣ ହେଲାନି। ଲଗାଣ ବର୍ଷା ଯୋଗୁଁ ମଲାଗୁଣି ନଦୀ ପାଣି ରାସ୍ତା ଉପର ଦେଇ ଯାଉଥିବାରୁ ଆଜି ଜଳସେଚନ ବିଭାଗର ରାଜୁଆ ଡିଭିଜନର ଏସଡିଓ ଓ କନିଷ୍ଠ ଯନ୍ତ୍ରୀ ଉକ୍ତ ସ୍ଥାନକୁ ଯାଇଥିଲେ। ଭଗବତୀପଡା ଗ୍ରାମବାସୀ ରାସ୍ତା କାମ ସଂପର୍କରେ ବିଭାଗୀୟ ଅଧିକାରୀଙ୍କୁ ପଚାରିବାରେ ସେ କୌଣସି ସନ୍ତୋଷ ଜନକ ଉତ୍ତୋର ଦେଇନଥିଲେ। ରାସ୍ତା କାର୍ଯ୍ୟ ସରିନଥିବାରୁ ଉତ୍ତ୍ୟକ୍ତ ଲୋକେ ବିଭାଗୀୟ ଅଧିକାରୀଙ୍କୁ ସେହି କାଦୁଅ ପଚପଚ ରାସ୍ତାରେ ଚଲାଇଥିଲେ।କହିଥିଲେ ଆମେ ସେହି ରାସ୍ତାରେ ସଵୁଦିନ ଯାଉଛୁ ତୁମେ ଆଜି ଦିନକ ପାଇଁ ଏହି ରାସ୍ତାରେ ଚାଲ କହି ଦୁହିଁଙ୍କୁ କାଦୁଅରେ ଚଲାଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top