Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏବର୍ଷ ବି ରଥ ଟାଣିବେ ସେବାୟତ

ପୁରୀ, (ଓଡ଼ିଶା ୱେୟାର):
କୋଭିଡ୍ କଟକଣା ମଧ୍ୟରେ ହେବ ମହାପ୍ରଭୁଙ୍କ ରଥଯାତ୍ରା। ଗତବର୍ଷ ଭଳି ଏବର୍ଷ କେବଳ ସେବାୟତମାନେ ହିଁ ଟାଣିବେ ରଥ। ରଥଟଣା ବେଳେ ସେବାୟତମାନଙ୍କୁ ମୋବାଇଲ ଓ କ୍ୟାମେରା ମନା। ରଥଯାତ୍ରା ବେଳେ ସେବାୟତମାନେ ଫଟୋ ଉଠାଇ ପାରିବେ ନାହିଁ ବୋଲି ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି।
ବୈଠକ ସରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଗଣମାଧ୍ୟମକୁ କହିଛନ୍ତି, “ମହାପ୍ରଭୁଙ୍କ ରଥକୁ ମନ୍ଦିର କିମ୍ବା ଜିଲ୍ଲା ପ୍ରଶାସନର ଅଧିକାରୀମାନେ ରଥ ଟାଣିବେ ନାହିଁ। ରଥଯାତ୍ରାରେ ସଂପୃକ୍ତ ସେବାୟତ ଓ ଅଧିକାରୀଙ୍କର କୋଭିଡ୍ ଟେଷ୍ଟ ହେବ। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ବିଶ୍ରାମର ବ୍ୟବସ୍ଥା ହେବ। ସେବାୟତମାନଙ୍କୁ ଯୋଗାଇ ଦିଆଯିବ ମାସ୍କ ଓ ସାନିଟାଇଜର।”
ସେପଟେ ବିନାଭକ୍ତରେ ରଥଯାତ୍ରା ପାଇଁ ତତ୍ପର ହୋଇଛି ପୁରୀ ପୁଲିସ୍। ସ୍ନାନଯାତ୍ରା ଅପେକ୍ଷା ଘୋଷଯାତ୍ରା ପାଇଁ କଟକଣା ଆହୁରି କଡ଼ା ହେବ। ରଥଯାତ୍ରା ପାଇଁ ପୁରୀ ସହରକୁ ୧୨ଟି ଜୋନ ଓ ବଡ଼ଦାଣ୍ଡକୁ ତିନିଟି ଜୋନ୍ରେ ବିଭକ୍ତ କରାଯିବ ବୋଲି ପୁରୀ ଏସ୍ପି କନଓ୍ୱର ବିଶାଳ ସିଂ ସୂଚନା ଦେଇଛନ୍ତି। ଏଥିସହ ପ୍ରାୟ ୭୦ ପ୍ଲାଟୁନ୍ ଫୋର୍ସ ଏଥର ମୁତୟନ ହେବେ। ରଥଯାତ୍ରା ପୂର୍ବ ରାତିରୁ ସହରର ସବୁ ପ୍ରବେଶ ପଥ ସିଲ୍ କରାଯିବାକୁ ସ୍ଥିର ହୋଇଛି ବୋଲି ଏସ୍ପି କହିଛନ୍ତି।
ସେପଟେ ସରି ସରି ଆସୁଛି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଅଣସର। ଜୁଲାଇ ୯ ତାରିଖରେ ନେତ୍ରୋତ୍ସବ ସହ ନବଯୌବନ ଦର୍ଶନ ହେବ। ଜୁଲାଇ ୧୦ ଓ ୧୧ ଦୁଇଦିନ ଧରି ଉଭା ଯାତ୍ରା ପରେ ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଜ୍ୱରରୁ ଶ୍ରୀଜିଉଙ୍କୁ ସୁସ୍ଥ କରିବାକୁ ଓଷ ଲାଗି ନୀତିର ଆଜି ଶେଷ ଦିନ। ତେଣେ ତିନି ରଥର ନିର୍ମାଣ କାର‌୍ୟ୍ୟ ମଧ୍ୟ ପ୍ରାୟ ସରି ଆସିଲାଣି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top