Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାଣ ବିକ୍ରି ଓ ବାଣ ଫୁଟା ଉପରେ ନିଷ୍ପତ୍ତି ନେବେ ଏସଆରସି

ଭୁବନେଶ୍ବର (ଓଡ଼ିଶା ୱେୟାର) :ଦୀପାବଳିରେ ବାଣ ବିକ୍ରି ହେବ ନା ନାହିଁ? ବାଣ ଫୁଟାଇବାକୁ ଅନୁମତି ମିଳିବ କି ନାହିଁ ? ରାଜ୍ୟ ସରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ହାଇକୋର୍ଟ। ସ୍ୱତନ୍ତ୍ର ରିଲିଫ୍‌ କମିଶନର ଏନେଇ ନେବେ ନିଷ୍ପତ୍ତି । ଆସନ୍ତାକାଲି ପୂର୍ବାହ୍‌ଣରେ ଶୁଣାଣି କରିବେ ଏସ୍‌ଆରସି । ହାଇକୋର୍ଟରେ ଗ୍ରୀନ କ୍ରାକର ବା ସବୁଜ ବାଣ ବିକ୍ରି ଓ ଫୁଟାଇବାକୁ ଅନୁମତି ଦେବାକୁ ଆବେଦନ ହୋଇଛି। ସୁପ୍ରିମକୋର୍ଟ ଓ ଜାତୀୟ ଗ୍ରୀନ ଟ୍ରିବୁନାଲଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ନିଷ୍ପତ୍ତି ନେବେ ଏସଆରସି ।
ସୋମବାର ସୁଦ୍ଧା ହାଇକୋର୍ଟଙ୍କୁ ଅବଗତ କରାଇବେ । ସୋମବାର ଅପରାହ୍‌ଣରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏହି ମାମଲାରେ ଆଜି ହାଇକୋର୍ଟରେ ଡେପୁଟି ଚିଫ୍‌ କଣ୍ଟ୍ରୋଲର ଅଫ ଏକ୍ସପ୍ଲୋସିଭଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଥିଲା । ଅଳ୍ପ ଶବ୍ଦ ହେଉଥିବା ବାଣ ପାଇଁ ସୁପ୍ରିମକୋର୍ଟ ଓ ଗ୍ରୀନ ଟ୍ରିବୁନାଲଙ୍କ ନିଷ୍ପତ୍ତିକୁ ପାଥେୟ କରି ଅନୁମତି ଦିଆଯାଇ ପାରିବ ବୋଲି ସତ୍ୟପାଠରେ ଦର୍ଶାଇଛନ୍ତି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହିତ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ କମିଶନରେଟ ପୋଲିସକୁ ପକ୍ଷ ରଖିବାକୁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ମାମଲାରେ ୭ ଜଣ ପକ୍ଷଭୁକ୍ତ ହୋଇଛନ୍ତି ।
ଅଲ୍‌ ଓଡ଼ିଶା ଫାୟାର ଓ୍ଵାର୍କସ ଡିଲର୍ସ ଆସୋସିଏସନ୍‌ ପକ୍ଷରୁ ଦାୟର ଆବେଦନରେ ଉଲ୍ଲେଖ ରହିଛି, ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସିଛି । ଏଥିପାଇଁ ସରକାର ସାମାଜିକ କାର୍ଯ୍ୟ ପାଇଁ କଟକଣା କୋହଳ କରିଛନ୍ତି । ଯଦି ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ଦ୍ୱାରା ଛୋଡ଼ବଡ଼ ବ୍ୟବସାୟୀ ବ୍ୟାପକ ସମସ୍ୟାର ସମ୍ମୁଖୀନ ହେବେ । ଏଥିପାଇଁ ସବୁଜ ବାଣ ବିକ୍ରିକୁ ଅନୁମତି ଦେବାକୁ ଆବେଦନରେ ଦର୍ଶାଯାଇଛି । ଗତ ସେପ୍ଟେମ୍ବର ୩୦ରେ ସରକାର ନୂଆ ନିୟମାବଳୀ ଜାରି କରି ଚଳିତ ବର୍ଷ ଦୀପାବଳି ଓ ପାର୍ବଣରେ ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ଲଗାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top