Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କାଲିଠୁ ଖୋଲିବ ଶ୍ରୀମନ୍ଦିର

ପୁରୀ,(ଓଡ଼ିଶା ୱେୟାର): ଶ୍ରୀମନ୍ଦିର ଦର୍ଶନ ପାଇଁ ଆସିଲା ଏସଓପି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହେଲା SOP ଜାରି ହୋଇଛି। ୧୨ ଓ ୧୩ରେ ସେବାୟତ ଓ ତାଙ୍କ ପରିବାର କରିବେ ଦର୍ଶନ । ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଚାଲିବ ଦର୍ଶନ। ୧୬ରୁ ୨୦ତାରିଖ ଯାଏ ପୁରୀ ସହରବାସୀ କରିବେ ଦର୍ଶନ। ୨୩ରୁ ସର୍ବସାଧାରଣଙ୍କୁ ଦର୍ଶନ ଅନୁମତି । ଜନ୍ମାଷ୍ଟମୀ ଓ ଗଣେଶ ଚତୁର୍ଥୀରେ ବନ୍ଦ ରହିବ ଶ୍ରୀ ମନ୍ଦିର। କୋଭିଡ୍‌ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଶନିବାର ଓ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତ,ଶ୍ରଦ୍ଧାଳୁ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିବେ ଓ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ଭିତରେ ମହାପ୍ରସାଦ ସେବନ କରିପାରିବେ ନାହିଁ। କୋଭିଡ କଟକଣା ଓ ଏସଓପିକୁ କଡାକଡି ଭାବେ ପାଳନ କରାଯିବ। କରୋନା ମହାମାରୀ ପାଇଁ ଏପ୍ରିଲ ୨୪ରୁ ଶ୍ରୀମନ୍ଦିର ବନ୍ଦ ରହିଛି।
ଛତିଶା ନିଯୋଗ ବୈଠକ ନିଷ୍ପତ୍ତି ପରେ ଶ୍ରୀମନ୍ଦିର ଖୋଲିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜି ଏସଓପି ଜାରି ହୋଇଛି । ୧୨ ଓ ୧୩ ଦୁଇଦିନ ଧରି ସେବାୟତ ଓ ତାଙ୍କ ପରିବାରର ସଦସ୍ୟ ପ୍ରଥମେ ଦର୍ଶନ ସୁଯୋଗ ପାଇବେ। ସେମାନେ ଯେକୌଣସି ଦ୍ୱାର ଦେଇ ପ୍ରବେଶ କରିପାରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଯାଇଥିବା ହେଲଥ କାର୍ଡ କିମ୍ବା ଅନ୍ୟ ପରିଚୟପତ୍ର ଦେଖାଇ ଯାଇପାରିବେ। ୧୬ରୁ ୨୦ ତାରିଖ ଯାଏ ପୁରୀ ସହରବାସୀ ୱାର୍ଡ ୱାରୀ ଦର୍ଶନ କରିବେ। ସେମାନଙ୍କୁ ପୁରୀ ପୌରପାଳିକା ପକ୍ଷରୁ ଚିରୁକୁଟି ଦିଆଯିବ। ଆଧାର କାର୍ଡ କିମ୍ବା ଭୋଟର ପରିଚୟପତ୍ର ଦେଖାଇ ଗୋଟିଏ ଚିରୁକୁଟିରେ ପରିବାରର ୬ ଜଣ ସଦସ୍ୟ ଦର୍ଶନ କରିପାରିବେ। ୨୩ରୁ ରାଜ୍ୟ ଭିତର ଓ ବାହାରର ଶ୍ରଦ୍ଧାଳୁ ଦର୍ଶନ କରିବେ।
ସେମାନଙ୍କ ପାଇଁ ୯୬ଘଣ୍ଟାର ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା ଦୁଇ ପର୍ଯ୍ୟାୟ କୋଭିଡ ଟିକାକରଣ ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି। ସମସ୍ତେ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବେ। ଶ୍ରୀମନ୍ଦିର ଭିତରକୁ ଫୁଲ,ତୁଳସୀ,ପ୍ରସାଦ କିମ୍ବା ଦୀପ ନେଇପାରିବେ ନାହିଁ। ଶ୍ରୀମନ୍ଦିର ଭିତରେ କୌଣସି ପାର୍ଶ୍ୱ ଦେବଦେବୀ କିମ୍ବା ବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ। ପାନ,ଗୁଟ୍‌ଖା ଖାଇବା ଉପରେ କଟକଣା ଲଗାଯାଇଛି। ଛେପ ପକାଇଲେ ୫୦୦ ଟଙ୍କା ଜରିମାନା ଓ ପଲିଥିନ ନେଲେ ୧୦୦ ଟଙ୍କା ଜରିମାନା ଦେବାକୁ ପଡିବ। ସପ୍ତାହାନ୍ତ ସଟଡାଉନ ଓ ଆଗକୁ ଆସୁଥିବା ପର୍ବପର୍ବାଣୀ ସମୟରେ ଶ୍ରୀମନ୍ଦିର ବନ୍ଦ ରହିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top