Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭଗବାନପୁରକୁ ସ୍ଥାନାନ୍ତରିତ ହେବ ୟୁନିଟ -୧ ପରିବା ବଜାର

ଭୁବନେଶ୍ୱର (ଓଡ଼ିଶା ୱେୟାର): ସ୍ଥାନାନ୍ତର ହେବ ୟୁନିଟ-୧ ପରିବା ବଜାର। ଭୁବନେଶ୍ୱର ଉପକଣ୍ଠ ଭଗବାନପୁରକୁ ସ୍ଥାନାନ୍ତରିତ ହେବ ୟୁନିଟ ୧ ପରିବା ହୋଲସେଲ ମାର୍କେଟ । ସେଠାରେ ପରିବା ହୋଲସେଲ ମାର୍କେଟ ଲାଗି ଶୀତଳଭଣ୍ଡାର ଠାରୁ ଆରମ୍ଭ କରି ସବୁ ପ୍ରକାର ସୁବିଧା ସୁଯୋଗ ଓ ଭିତ୍ତିଭୂମି ରହିବ । ଏଥିଲାଗି ଭଗବାନପୁରରେ ଚିହ୍ନଟ ହୋଇଛି ୧୦ ଏକର ଜମି । ସହର ଭିତରେ ଗହଳି କମାଇବା ସହ ଟ୍ରାଫିକ ସମସ୍ୟା ଦୂର ପାଇଁ ନିଆଯାଇଛି ଏପରି ନିଷ୍ପତ୍ତି । ଏଥିଲାଗି ଆଜି ବିଏମସି ଅଫିସରେ ବସିଥିଲା ପ୍ରାରମ୍ଭିକ ବୈଠକ । ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ବିଏମସି ଅତିରିକ୍ତ କମିଶନର ବିନୟ କୁମାର ଦାସ ।

ସେପଟେ ଭଗବାନପୁରକୁ ହୋଲସେଲ ମାର୍କେଟ ସ୍ଥାନାନ୍ତରଣ ଲାଗି ବିଏମସିର ନିଷ୍ପତ୍ତିକୁ ରାଜଧାନୀ କଞ୍ଚା ପରିବା ବ୍ୟବସାୟୀ ମହାସଂଘର ସ୍ୱାଗତ କରିଛି । ସଂଘର କହିବା କଥା, ୧୯୫୭ ମସିହାରୁ ୟୁନିଟ-୧ରେ ୪ଏକର ଜାଗା ଉପରେ ଅଛି ପରିବା ହୋଲସେଲ ମାର୍କେଟ । ଏବେ ଏଠାରେ ୪୯ ଜଣ ପରିବା ହୋଲସେଲ ବ୍ୟବସାୟୀ ଅଛନ୍ତି । ପ୍ରତିଦିନ ଏଠାକୁ ସହ ସହ ଟ୍ରକ ଯିବା ଆସିବା କରୁଛି । ତେବେ ଏଠାରେ ସ୍ଥାନ ଅଭାବରୁ ପରିବା ହୋଲସେଲ ମାର୍କେଟ ସ୍ଥାନାନ୍ତର ଲାଗି ୨୦୦୭ରୁ ଦାବି କରି ଆସୁଥିଲା ସଂଘ । ଏବେ ବିଏମସି ପକ୍ଷରୁ ପରିବା ହୋଲସେଲ ମାର୍କେଟ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ହୋଇଛି । ଏହାସହ ପାଣି, ବିଜୁଳି, ସଡ଼କ ଭଳି ଅନ୍ୟ ଆନୁଷଙ୍ଗିକ ସୁବିଧା କଲେ ପରିବା ହୋଲସେଲ ବ୍ୟବସାୟୀ ସେଠାକୁ ସ୍ଥାନାନ୍ତର ହେବେ ବୋଲି କହିଛନ୍ତି ରାଜଧାନୀ କଞ୍ଚା ପରିବା ବ୍ୟବସାୟୀ ମହାସଂଘର ସଭାପତି କବିରାଜ ସ୍ୱାଇଁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top