Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦୁଃସାହସୀ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

ଭୁବନେଶ୍ୱର(ଓଡ଼ିଶା ୱେୟାର) : ଆଉ ନାହାନ୍ତି ଯୁବ,ଦୁଃସାହସୀ ସାମ୍ବାଦିକ ତଥା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ। ଆଜି କଟକ ମୁଣ୍ଡଳିରେ ହୋଇଥିବା ବୋଟ୍ ଦୁର୍ଘଟଣାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୯ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁ ନେଇ ଏସ୍‌ସିବି ବଡ଼ ଡାକ୍ତରଖାନାର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ଘୋଷଣା କରିଛନ୍ତି।
ସେ କହିଛନ୍ତି, ଅରିନ୍ଦମ ଦାସ ଡାକ୍ତରଖାନାରେ ପହଞ୍ଚିଲା ବେଳକୁ ତାଙ୍କର ମୃତ୍ୟୁ ଘଟି ସାରିଥିଲା। ତଥାପି ଏକ ଡାକ୍ତରୀ ଟିମ୍ ଠିକ୍ ଭାବେ ତାଙ୍କ ଯାଞ୍ଚ କରିଥିଲା। ତାଙ୍କର ଆଉ ଜଣେ ସହଯୋଗୀ ପ୍ରଭାତ ସିହ୍ନା (କ୍ୟାମେରା ପର୍ସନ)ଙ୍କ ଅବସ୍ଥା ମଧ୍ୟ ଭଲ ନାହିଁ। ତାଙ୍କୁ ମେଡିସିନ୍ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଛି। ସେହିପରି ଓଡ୍ରାଫ୍‌ର ତିନି ଜଣ କର୍ମଚାରୀ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ମହାନଦୀରେ କଟକ ମୁଣ୍ଡଳି ବ୍ରିଜ୍‌ରେ ଆଜି ଏକ ଦନ୍ତା ହାତୀ ଫସି ଯାଇଛି। ତାକୁ ଉଦ୍ଧାର କରିବା ପାଇଁ ଅପରେସନ୍ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏହାର ରିପୋର୍ଟିଂ କରିବାକୁ ଅରିନ୍ଦମ ଦାସ ଓ କ୍ୟାମେରା ପର୍ସନ ପ୍ରଭାତ ସିହ୍ନା ସେଠାକୁ ଯାଇଥିଲେ।
ପ୍ରଶାସନ ପକ୍ଷରୁ ଦୀର୍ଘ ସମୟ ଧରି ଅପରେସନ୍ ପରେ ହାତୀଟି ନଦୀ କୂଳ ପାଖାପାଖି ପଳାଇ ଆସିଥିଲା। କିନ୍ତୁ ବୋଧହୁଏ ଅତ୍ୟଧିକ ସଂଖ୍ୟକ ଲୋକଙ୍କୁ ବ୍ୟାରେଜ୍ ପାଖାପାଖି ଦେଖି ହାତୀଟି ପୁଣି ନଦୀ ଭିତରକୁ ଚାଲି ଯାଇଥିଲା ଓ ମୁଣ୍ଡଳି ବ୍ୟାରେଜ ପାଖାପାଖି ଛିଡ଼ା ହୋଇଥିଲା। ହାତୀଟି ସ୍ଥିର ରହୁ ନଥିବାରୁ ତାକୁ କ୍ରେନ୍ ସାହାଯ୍ୟରେ ବି ଟଣା ଯିବା ସମ୍ଭବ ହୋଇପାରି ନଥିଲା।
ଅନ୍ୟ କୌଣସି ଉପାୟ ନ ପାଇଁ ଶେଷରେ ଓଡ୍ରାଫ୍ ଟିମ୍‌କୁ ରୋବର ବୋଟ୍‌ରେ ସେଠାକୁ ଯାଇଥିଲା ହାତୀଟିକୁ ଘଉଡ଼ାଇବାକୁ। ଆଉ ଦୁଃସାହାସୀ ତଥା ପ୍ରାଣୀ ଧନଙ୍କ ଉପରେ ରୁଚି ରଖୁଥିବା ଅରିନ୍ଦମ ତାଙ୍କ କ୍ୟାମେରା ପର୍ସନ ପ୍ରଭାତ ସିହ୍ନାଙ୍କ ସହିତ ଓଡ୍ରାଫ୍ ଟିମ୍‌ ସହିତ ବୋଟ୍‌ରେ ସେଠାକୁ ଯିବାକୁ ଯାଇଥିଲେ। ଆଉ ହାତୀ ପାଖାପାଖି ବୋଟ୍‌ଟି ପହଞ୍ଚିବା ପରେ ହଠାତ୍ ନିୟନ୍ତ୍ରଣ ହରାଇ ସେଠାରେ ଓଲଟି ପଡ଼ିଥିଲା।
ବୋଟ୍‌ଟି ଓଲଟି ପଡ଼ିବା ପରେ ଦୀର୍ଘ ସମୟ ଧରି ଅରିନ୍ଦମ ପାଣି ଭିତରେ ସଂଘର୍ଷ କରିଥିଲେ। ଶେଷରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ହୋଇଯିବା ପରେ ତାଙ୍କର ସମସ୍ତ ସହଯୋଗୀ ଆଶ୍ୱସ୍ତ ହୋଇଥିଲେ। କିନ୍ତୁ ଦଇବ କିଛି ଅଲଗା ଲେଖି ରଖିଥିଲା। କଟକ ବଡ଼ ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।
ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି, ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି। ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ସେହିପରି ଓଟିଭିର ପରିଚାଳନା ନିର୍ଦ୍ଦେଶକ ଜଗି ମଙ୍ଗତ ପଣ୍ଡା ମଧ୍ୟ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top