Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସୁଛି ବାତ୍ୟା ‘ଜଓ୍ଵାଦ୍‌’

ଭୁବନେଶ୍ବର ,(ଓଡ଼ିଶା ୱେୟାର): ବାତ୍ୟା ନା ଶୁଣିଲେ ଛନକା ପଶିଯାଏ ଛାତିରେ। ତେବେ ଚଳିତ ବର୍ଷ ପଛକୁ ପଛ ଲଘୁଚାପ ଆସୁଥିବା ସହ ଏହା ଘନୀଭୂତ ହୋଇ ବତ୍ଯା ସୃଷ୍ଟି କରୁଛି । ତେବେ ପୁଣି ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାକୁ ଯାଉଛି । ସୂଚନା ମୁତାବକ, ଆସନ୍ତାକାଲି ଅର୍ଥାତ୍ ୧୦ ତାରିଖରେ ଲଘୁଚାପ ସୃଷ୍ଟି ହୋଇ ଧୀରେ ଧୀରେ ଏହା ଘନୀଭୂତ ହେବ । ବାତ୍ୟାରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ ବୋଲି ସ୍କାଏମେଟ୍‌ ପୂର୍ବାନୁମାନ କରିଛି । ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଛି ବାତ୍ୟା ଲାୟନରକ୍‌। ଲାୟନରକ୍‌ର ଅବଶିଷ୍ଟାଂଶ ବଙ୍ଗୋପସାଗରରେ ପ୍ରବେଶ କରିବ । ଏହା ଲଘୁଚାପ ସହ ମିଶିବା ସମ୍ଭାବନା ।
ଲଘୁଚାପ ସହ ମିଶି ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି କରିବ । ଯଦି ବାତ୍ୟା ସୃଷ୍ଟି ହୁଏ ଏହାର ନାଁ ରହିବ ‘ଜୱାଦ’ । ଅକ୍ଟୋବର ୧୭ରେ ‘ଜଓ୍ଵାଦ୍‌’ ଶ୍ରୀକାକୁଲମରେ ଲ୍ୟାଣ୍ଡଫଲ କରିବା ସମ୍ଭାବନା ଥିବା କହିଛି ସ୍କାଏମେଟ୍‌ । କିନ୍ତୁ GFS ମଡେଲ କହୁଛି ଓଡ଼ିଶାର ଗଜପତି ଓ ରାୟଗଡ଼ା ଦେଇ ବାତ୍ୟା ଯିବ । ଭାରତୀୟ ପାଣିପାଗ ସଂସ୍ଥା କିନ୍ତୁ କୌଣସି ବାତ୍ୟାର ପୂର୍ବାନୁମାନ କରି ନାହିଁ।

ଆଇଏମ୍‌ଡି ମୁତାବକ ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଗୋଟିଲ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସହ ସୃଷ୍ଟି ହେବାର ପରବର୍ତ୍ତୀ ୪ରୁ ୫ ଦିନ ଯାଏଁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top