Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ଭବାନୀପାଟଣା (ଓଡ଼ିଶା ୱେୟାର) : ସ୍ୱାମୀର ଟାଙ୍ଗିଆ ଚୋଟରେ ଗଲା ସ୍ତ୍ରୀର ଜୀବନ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଟିଭି ସେଣ୍ଟରପଡ଼ାରେ ଏହି ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ ପୂର୍ଣ୍ଣିମା ଗୌଡ଼। ପୁଲିସ ଅଭିଯୁକ୍ତ ତଥା ତାଙ୍କ ସ୍ୱାମୀ ହଳଧର ଗୌଡ଼କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଘରୋଇ କଳିରୁ ଏପରି ନୃଶଂସ କାଣ୍ଡ ଘଟିଛି ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ପୂର୍ଣ୍ଣିମା ଓ ହଳଧରଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା। ପରେ ଉତ୍ତ୍ୟକ୍ତ ହୋଇ ଘରେ ଥିବା ଏକ ଟାଙ୍ଗିଆରେ ହଳଧର ତାଙ୍କ ସ୍ତ୍ରୀଙ୍କୁ ହାଣି ଦେଇଥିଲେ। ଘଟଣାସ୍ଥଳରେ ହିଁ ପୂର୍ଣ୍ଣିମାଙ୍କର ମୃତ୍ୟୁ ହୋଇଥିଲା।
ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରିଛି ଓ ଘଟଣାର ତଦନ୍ତ କରୁଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top