Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୩୫୫୪ କରୋନା ଆକ୍ରାନ୍ତ ଚିହ୍ନଟ, ଜୀବନ ଗଲା ୪୭

ଭୁବନେଶ୍ୱର, (ଓଡ଼ିଶା ୱେୟାର): ଶୁକ୍ରବାର ଆସିଥିବା ରିପୋର୍ଟ ଅନୁଯାୟୀ ରାଜ୍ୟରେ ୨୯୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାରର ରିପୋର୍ଟରେ ଏହି ସଂଖ୍ୟା ପୁଣି ୩ ହଜାର ଅତିକ୍ରମ କରିଛି। ସଦ୍ୟ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।
୩୫୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୫୨୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୦୧, ବାଲେଶ୍ୱରରୁ ୨୭୧, ଯାଜପୁରରୁ ୨୫୬ ଓ ପୁରୀ ଜିଲ୍ଲାରୁ ୨୩୩ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୧୩୩ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୩୧, ବୌଦ୍ଧରୁ ୩୩, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫୬, ଗଜପତିରୁ ୨୪, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୧୪୫, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୬୫, କୋରାପୁଟରୁ ୬୯, ମାଲକାନଗିରିରୁ ୬୧, ମୟୂରଭଞ୍ଜରୁ ୧୯୬, ନବରଙ୍ଗପୁରରୁ ୨୨, ନୟାଗଡ଼ରୁ ୧୦୦, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୧୮, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଯେଉଁ ୪୭ ଜଣଙ୍କର ମୃତ୍ୟୁ ଘଟିଛି ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି।
ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୫କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୭୦, ବାଲେଶ୍ୱରରେ ୧୨୮, ବରଗଡ଼ରେ ୧୨୦, କଟକରେ ୨୬୭, ଢେଙ୍କାନାଳରେ ୫୮, ଗଜପତିରେ ୭୦, ଗଞ୍ଜାମରେ ୩୨୫, ଜଗତସିଂହପୁରରେ ୭୩, ଯାଜପୁରରେ ୪୦, ଝାରସୁଗୁଡ଼ାରେ ୧୨୦, କଳାହାଣ୍ଡିରେ ୧୬୮, କେନ୍ଦ୍ରାପଡ଼ାରେ ୭୯, ମୟୂରଭଞ୍ଜରେ ୧୨୫, ନୟାଗଡ଼ରେ ୭୪, ନୂଆପଡ଼ାରେ ୬୯, ପୁରୀରେ ୨୧୮ ଓ ସୁନ୍ଦରଗଡ଼ରେ ୩୪୨କୁ ବୃଦ୍ଧି ପାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top