Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ୫୮୨ ସଂକ୍ରମିତ ଚିହ୍ନଟ, ୭ ମୃତ

ଭୁବନେଶ୍ୱର (ଓଡ଼ିଶା ୱେୟାର): ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଦୁଇ ଦିନ ହେବ ରାଜ୍ୟରେ ୫୦୦ ଉପର ରହୁଛି ସଂକ୍ରମଣ । ଗତକାଲି ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୫୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ ଅଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୩୭ ଜଣ ଓ ଲୋକାଲ୍ କେସରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି ।

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ରାଜ୍ୟରେ ଆଉ ୭ ଜଣ କରୋନାରେ ଜୀବନ ହାରିଛନ୍ତି । କଟକ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ଓ ଢେଙ୍କାନାଳ, ଜଗତସିଂହପୁର, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ ।

୫୮୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିର ୩ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ୪ ଜଣ, ଗଜପତି ୫, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୨୪ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧ ଜଣ , କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top