Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ୭୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ , ୬ ଜଣ ମୃତ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୮ ଜଣ ଅଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬ ମୃତକଙ୍କ ସମ୍ପର୍କରେ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮,୦୨୮ରେ ପହଞ୍ଚିଛି।
୭୫୪ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୬ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧାରୁ ସର୍ବାଧିକ ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱରରୁ ୪୩, ବରଗଡ଼ରୁ ୧, ଭଦ୍ରକରୁ ୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୩, କଟକରୁ ୧୧୦, ଦେବଗଡ଼ରୁ ୯, ଢେଙ୍କାନାଳରୁ ୯, ଗଂଜାମରୁ ୪, ଜଗତସିଂହପୁରରୁ ୨୫, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୧୬, ଖୋର୍ଦ୍ଧାରୁ ୨୬୧, କୋରାପୁଟରୁ ୬, ମାଲକାନଗିରିରୁ ୯, ମୟୂରଭଂଜରୁ ୨୩, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୭, ପୁରୀରୁ ୨୮, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୩ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲରୁ ୫୯ ଜଣ ପଜିଟିଭ ବାହାରିଛନ୍ତି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୩ ହଜାର ୯୦୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭,୨୪୧ ଜଣ ଚିକିତ୍ସାଧୀନ ଅଛନ୍ତି।
ଯେଉଁ ୬ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଥିବା ବେଳେ କଟକ ଓ ଯାଜପୁରରୁ ଜଣେ ଲେଖାଏଁ ଅଛନ୍ତି। ଏହାସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୩କୁ ବୃଦ୍ଧି ପାଇଥିବା ବେଳେ କଟକରେ ୮୦୮ ଓ ଯାଜପୁରରେ ୧୭୫ରେ ପହଞ୍ଚିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top