Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଜ୍ରପାତରେ ଚାଲିଗଲା ୩ ଛାତ୍ରଛାତ୍ରୀଙ୍କ ଜୀବନ

ବାରିପଦା, (ଓଡ଼ିଶା ୱେୟାର):
୩ ଜଣ ଛାତ୍ରଛାତ୍ରୀ ଗଛ ମୂଳରେ ଛିଡ଼ା ହୋଇଥିଲେ। ହଠାତ୍ ବଜ୍ରପାତ ହେବାରୁ ଟଳି ପଡ଼ିଲେ ୩ ଛାତ୍ରଛାତ୍ରୀ। ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ଅଞ୍ଚଳରେ ଘଟିଛି।
କରୋନା ପାଇଁ ସ୍କୁଲ ବନ୍ଦ ରହିଥିବାରୁ ଚାନ୍ଦୁଆ ଥାନା ବାଘୁଆଶୋଳ ଗାଁର ୧୦ମ ଶ୍ରେଣୀ ଛାତ୍ର ବାବୁଲ ନାୟକ, ଷଷ୍ଠ ଶ୍ରେଣୀ ଛାତ୍ରୀ ବର୍ଷା ନାୟକ ଓ ନବମ ଶ୍ରେଣୀ ଛାତ୍ର ସୁଜିତ ନାୟକ ଘରେ ଥିଲେ। ଆଜି ସେମାନେ ସାଥୀ ହୋଇ ଘରଠାରୁ ୧୦୦ ମିଟର ଦୂରରେ ଛେଳି ଚରାଉଥିଲେ। ଏହି ସମୟରେ ହଠାତ୍ ବର୍ଷା ହୋଇଥିଲେ।
ବର୍ଷା ହେବାରୁ ୩ ଛାତ୍ରଛାତ୍ରୀ ଗଛ ମୂଳରେ ଛିଡ଼ା ହୋଇଥିଲେ। ଏହି ସମୟରେ ହଠାତ୍ ବଜ୍ରପାତ ହୋଇଥିଲା। ଫଳରେ ବାବୁଲ, ବର୍ଷା ଓ ସୁଜିତ ଚେତା ହରାଇ ପଡ଼ିଥିଲେ। ପରିବାର ଲୋକେ ଜାଣିପାରି ସେମାନଙ୍କୁ ଉଦ୍ଧାର କରି ବାରିପଦା ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାଛଡ଼ା ୧୮ରୁ ଅଧିକ ଛେଳିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସୂଚନାରୁ ପ୍ରକାଶ, ଆଜି ଅପରାହ୍ନରେ ମୟୂରଭଞ୍ଜ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ଦେଖି ଦେଖି ପ୍ରବଳ ବର୍ଷିଥିଲା। ଏଥିସହ ବଜ୍ରପାତ ମଧ୍ୟ ହୋଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top