Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୨୯୧୨ କରୋନା ସଂକ୍ରମଣ ଚିହ୍ନଟ, ଜୀବନ ଗଲା ୪୦

ଭୁବନେଶ୍ୱର, (ଓଡ଼ିଶା ୱେୟାର): ଦୁଇ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୩ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୭୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୨୩୭ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
୨୯୧୨ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୧ ଜଣ ଥିବା ବେଳେ କଟକରୁ ୩୮୨, ଯାଜପୁରରୁ ୨୯୨ ଓବାଲେଶ୍ୱରରୁ ୨୨୦ ଜଣ ଅଛନ୍ତି।
ଅନୁଗୋଳ ଜିଲ୍ଲାରୁ ୧୧୯ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୨, ଗଜପତିରୁ ୧୩, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୧, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୭୦, କୋରାପୁଟରୁ ୫୪, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୧୪୦, ନୂଆପଡ଼ାରୁ ୮, ପୁରୀରୁ ୧୬୧, ରାୟଗଡ଼ାରୁ ୫୨, ସମ୍ବଲପୁରରୁ ୩୦, ସୋନପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୪ ହଜାର ୨୫୫ ସାମ୍ପଲ ଟେଷ୍ଟ କରାଯାଇଥିଲା। ତା’ ମଧ୍ୟରୁ ୨୯୧୨ଟି ପଜିଟିଭ୍ ବାହାରିଥିଲା। ତେଣୁ ପଜିଟିଭିଟି ହାର ୪.୫୩% ରହିଛି।
୨୯୧୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇସାରିଲେଣି। ୩୩ ହଜାର ୧୫୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୮୦୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top