Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ମଣ୍ଡପରେ ମାଆ ଦୁର୍ଗାଙ୍କ ମହାଅଷ୍ଟମୀ ପୂଜା, ପୀଠରେ ଚାଲିଛି ମହାନବମୀ ପୂଜା

ଭୁବନେଶ୍ବର (ଓଡ଼ିଶା ୱେୟାର): ଧରାବତରଣ କରିଛନ୍ତି ମାଆ ଦୁର୍ଗା। ଆଜି ମଣ୍ଡପରେ ଜଗତଜନନୀ ମାଆ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ବିଲ୍ଵବରଣ ପରେ ମାଆଙ୍କ ଚକ୍ଷୁଦାନ କରାଯାଇଛି। ଏପଟେ ପୀଠରେ ମାଆଙ୍କ ମହାନବମୀ ପୂଜା ଚାଲିଛି। ବେଦମନ୍ତ୍ର ପାଠରେ କମ୍ପୁଛି ପରିବେଶ। ହେଲେ କରୋନା କଟକଣା ପାଇଁ ଭକ୍ତମାନେ ମଣ୍ଡପକୁ ଯାଇ ଦର୍ଶନ କରିପାରୁନାହାଁନ୍ତି। ଆଜି ମହାଷ୍ଟମୀରେ ଭକ୍ତମାନେ ଉପବାସ ରଖି ମାଆଙ୍କ ଆରାଧନା କରୁଛନ୍ତି। ବାହାରୁ ରହି ମାଆଙ୍କ ଆଶିଷ ଲାଭ କରୁଛନ୍ତି।

ସୂଚନା ଥାଉକି, ଗତକାଲି ପୀଠରେ ମାଆଙ୍କ ମହାଷ୍ଟମୀ ଓ ମଣ୍ଡପରେ ସପ୍ତମୀ ପୂଜା ସମାପନ ହୋଇଥିଲା। ବିଳମ୍ବିତ ରାତ୍ରରେ ମାଆଙ୍କ ଚକ୍ଷୁଦାନ କରାଯାଇଥିଲା। କରୋନା କଟକଣା ଭିତରେ ଚାଲିଥିଲା ପୂଜାର୍ଚ୍ଚନା। ପୀଠାରେ ମାଆଙ୍କର ନବରାତ୍ର ପୂଜା ସହ ଚାଲିଛି ଷୋଡଶ ପୂଜା।

ଅନ୍ଯପଟେ ପାର୍ବଣରେ ଭିଡ଼ ରୋକିବା ପାଇଁ ଟ୍ବିନ୍ ସିଟିରେ କଡ଼ା ସୁରକ୍ଷା । ପୂଜାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବା ପାଇଁ ଗତ ଦୁଇ ଦିନ ହେବ କଟକ, ଭୁବନେଶ୍ୱରରେ ରାତି ଆଠଟାରୁ ଲାଗୁ ହେଇଛି ନାଇଟ କର୍ଫ୍ୟୁ । ରାତି ୮ଟାରୁ ସକାଳ ୫ଟା ଯାଏ ଜାରି ରହିବ ନାଇଟ କର୍ଫ୍ୟୁ। କଟକରେ ମୁତୟନ ହେଇଛନ୍ତି ୩୨ ପ୍ଲାଟୁନ ଫୋର୍ସ ।

୨୦ ଚେକ୍‌ ପୋଷ୍ଟ ସହ ଶହେ ପୋଲିସ ଅଧିକାରୀ ଓ ୧୫୦ରୁ ଅଧିକ ହୋମଗାର୍ଡଙ୍କୁ ନିୟୋଜିତ କରାଯାଇଛି। ମଦୁଆଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ସ୍କାର୍ଡ ପ୍ରସ୍ତୁତ କରାଯାଇଛି। ପୂଜାରେ ବିଶୃଙ୍ଖଳା ସୃଷ୍ଟିକାରୀଙ୍କ ପ୍ରତି କଠୋର ପଦକ୍ଷେପ ନିଆଯିବ ବୋଲି ପୋଲିସ କମିଶନର ଚେତାବନୀ ଦେଇଛନ୍ତି। ପୂଜା ଆରମ୍ଭ ପୂର୍ବରୁ ୪୧ଜଣ ଗିରଫ ହୋଇଥିଲେ। ଆଉ ୨୦୩ ଜଣଙ୍କୁ ଧରିବା ପାଇଁ ତାଲିକା ପ୍ରସ୍ତୁତ ହୋଇଛି।ନାଇଟ୍‌ କର୍ଫ୍ୟୁକୁ କ଼ଡାକଡି ପାଳନ କରିବା ପାଇଁ ରାତିରେ ସ୍ପେଶାଲ୍‌ ସ୍କ୍ଵାର୍ଡ ନିୟୋଜିତ କରାଯିବା ସହ ସାଦା ପୋଷାକ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଛି। କୋଭିଡ କଟକଣାରେ ଚଳିତବର୍ଷ ଦୁର୍ଗାପୂଜା ପାଳନ କରାଯାଉଛି।

ତେବେ ଗତ ଥର ପରି ଏଥରର ବି କରୋନା କଟକଣା ଯୋଗୁଁ ଲୋକଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳିନି। ଏହାବାଦ ପୂଜା ସମୟରେ ସଂକ୍ରମଣ ଉପର ମୁହାଁ ହେବା ଆଶଙ୍କା କରି ଦୈତ୍ୟ ନଗରୀ କଟକ ଓ ଭୁବନେଶ୍ୱରରେ ଗତକାଲିଠୁ କଡ଼ାକଡ଼ି ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top