Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମହାରାଷ୍ଟ୍ରରେ ମର୍ମନ୍ତୁଦ ଦୁର୍ଘଟଣା, ୧୫ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ବୁଲଢାଣା ଜିଲ୍ଲାରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ପ୍ରାୟ ୧୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହା ସହିତ ଅନ୍ୟ କିଛି ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୂଚନା ରହିଛି ।

ମିଳିଥିବା ସୂଚନା ମୁତାବକ ସମୃଦ୍ଧି ରାଜମାର୍ଗ ପରିଯୋଜନାରେ ରାସ୍ତାକାମ ଜାରି ରହିଛି । ଏଥିପାଇଁ କିଛି ଶ୍ରମିକଙ୍କୁ ଧରି ଏକ ଲୁହାଛଡ଼ ବୋଝେଇ ଟ୍ରକ କାର‌୍ୟ୍ୟସ୍ଥଳକୁ ଯାଉଥିବା ଜଣାପଡ଼ିଛି । ତେବେ ପ୍ରବଳ ବର୍ଷା କାରଣରୁ ଟିପ୍ପରଟି ବୁଲଢାଣା ନିକଟରେ ଓଲଟି ପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ହିଁ ୮ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୭ ଜଣ ଶ୍ରମିକଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଡାକ୍ତରଖାନାରେ ୧୬ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୂଚନା ରହିଛି । ସେପଟେ ଘଟଣା ସମ୍ପର୍କରେ ପୁଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top