Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସୁଛି ଆଉ ଦୁଇଟି ଲଘୁଚାପ

ଭୁବନେଶ୍ବର:,(ଓଡ଼ିଶା ୱେୟାର): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି କମଶଃ ଘନୀଭୂତ ହେବ ।
୯ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ଆସନ୍ତା ୧୨ ଓ ୧୩ ତାରିଖରେ ତାମିଲନାଡୁ ଓ ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଦକ୍ଷିଣ ଆରବ ସାଗରରେ ବର୍ତ୍ତମାନ ଥିବା ଲଘୁଚାପ କ୍ଷେତ୍ର ସେତେବେଳକୁ ଅଧିକ ଘନୀଭୂତ ହେବା ସମ୍ଭାବନା ଥିବାରୁ ସେଠାରୁ ପବନ ଟାଣିହେବ ।
ତେଣୁ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ନ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଭୁବନେଶ୍ୱର, ପୁରୀ, ସମେତ ଉପକୂଳ ଅଞ୍ଚଳୟରେ ୧୧ ଓ ୧୨ ତାରିଖରେ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top