Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟୋକିଓ ଅଲିମ୍ପିକ୍‌ସ ହକି ଦଳରେ ୨ ଓଡ଼ିଆ

ବେଙ୍ଗାଲୁରୁ: ଟୋକିଓ ଅଲିମ୍ପିକ୍ସ ପାଇଁ ଆଜି ଭାରତୀୟ ପୁରୁଷ ହକି ଟିମରେ ୧୬ ଜଣିଆ ସ୍କ୍ୱାଡ ଘୋଷଣା କରାଯାଇଛି। ଏଥିରେ ଦୁଇ ଓଡ଼ିଆ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି। ଟିମରେ ଉଭୟ ଅଭିଜ୍ଞ ଓ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି। ଭାରତ ପାଇଁ ଅଲିମ୍ପିକ୍ସରେ ୧୦ ଜଣ ଖେଳାଳି ଡେବ୍ୟୁ କରିବେ। ବାକି ୬ ଖେଳାଳି ପୂର୍ବରୁ ଅଲିମ୍ପିକ୍ସ ଖେଳି ସାରିଛନ୍ତି।
କ୍ରମାଗତ ତୃତୀୟ ଥର ପାଇଁ ଗୋଲ କିପର ପିଆର ଶ୍ରୀଜେଶ ଓ ଅଧିନାୟକ ମନପ୍ରୀତ ସିଂହ ଅଲିମ୍ପିକ୍ସ ଖେଳିବାକୁ ଯାଉଛନ୍ତି। ସେହିପରି ପୂର୍ବରୁ ଅଲିମ୍ପିକ୍ସ ଖେଳି ସାରିଥିବା ହରମନପ୍ରୀତ ସିଂହ, ରୁପିନ୍ଦରପାଲ ସିଂହ, ସୁରେନ୍ଦ୍ର କୁମାର ଓ ମଦଦୀପ ସିଂହଙ୍କ ଭଳି ଅଭିଜ୍ଞ ଖେଳାଳି ଦଳରେ ଅଛନ୍ତି।
୨୦୧୬ରେ ଆଣ୍ଠୁ ଜନିତ ସମସ୍ୟା ଯୋଗୁ ବୀରେନ୍ଦ୍ର ଲାକ୍ରା ଅଲିମ୍ପିକ୍ସ ଖେଳି ପାରି ନଥିଲେ। ହେଲେ ଏଥର ଡିଫେଣ୍ଡର ଭୂମିକାରେ ସେ ଦଳକୁ କମବ୍ୟାକ କରିଛନ୍ତି। ଏମାନଙ୍କ ବ୍ୟତୀତ ଅମିତ ରୋହିଦାସ, ହାର୍ଦ୍ଦିକ ସିଂହ, ବିବେକ ସାଗର, ନୀଲକଣ୍ଠ ଶର୍ମା, ସୁମିତ, ଶଶମେର ସିଂହ, ଦୀଲପ୍ରୀତ ସିଂହ, ଗୁରଜନ୍ତ ସିଂହ ଓ ଲଳିତ କୁମାର ଉପାଧ୍ୟାୟ ରହିଛନ୍ତି। ଏମାନେ ସମସ୍ତେ ନିଜ ନିଜର ପ୍ରଥମ ଅଲିମ୍ପିକ୍ସ ଖେଳିବେ।
ରାଜ୍ୟ ସରକାର ୨୦୧୮ ମସିହାରେ ଏସିଆନ୍ ଗେମସରେ ପାକିସ୍ତାନକୁ ହରାଇ ବ୍ରୋଞ୍ଜ ଜିତିଥିବାରୁ ଏହି ଦୁଇ ଖେଳାଳୀ ୫୦ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top