Latest

ଟୋକିଓ ଅଲିମ୍ପିକ୍‌ସ ହକି ଦଳରେ ୨ ଓଡ଼ିଆ

Posted on

ବେଙ୍ଗାଲୁରୁ: ଟୋକିଓ ଅଲିମ୍ପିକ୍ସ ପାଇଁ ଆଜି ଭାରତୀୟ ପୁରୁଷ ହକି ଟିମରେ ୧୬ ଜଣିଆ ସ୍କ୍ୱାଡ ଘୋଷଣା କରାଯାଇଛି। ଏଥିରେ ଦୁଇ ଓଡ଼ିଆ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି। ଟିମରେ ଉଭୟ ଅଭିଜ୍ଞ ଓ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି। ଭାରତ ପାଇଁ ଅଲିମ୍ପିକ୍ସରେ ୧୦ ଜଣ ଖେଳାଳି ଡେବ୍ୟୁ କରିବେ। ବାକି ୬ ଖେଳାଳି ପୂର୍ବରୁ ଅଲିମ୍ପିକ୍ସ ଖେଳି ସାରିଛନ୍ତି।
କ୍ରମାଗତ ତୃତୀୟ ଥର ପାଇଁ ଗୋଲ କିପର ପିଆର ଶ୍ରୀଜେଶ ଓ ଅଧିନାୟକ ମନପ୍ରୀତ ସିଂହ ଅଲିମ୍ପିକ୍ସ ଖେଳିବାକୁ ଯାଉଛନ୍ତି। ସେହିପରି ପୂର୍ବରୁ ଅଲିମ୍ପିକ୍ସ ଖେଳି ସାରିଥିବା ହରମନପ୍ରୀତ ସିଂହ, ରୁପିନ୍ଦରପାଲ ସିଂହ, ସୁରେନ୍ଦ୍ର କୁମାର ଓ ମଦଦୀପ ସିଂହଙ୍କ ଭଳି ଅଭିଜ୍ଞ ଖେଳାଳି ଦଳରେ ଅଛନ୍ତି।
୨୦୧୬ରେ ଆଣ୍ଠୁ ଜନିତ ସମସ୍ୟା ଯୋଗୁ ବୀରେନ୍ଦ୍ର ଲାକ୍ରା ଅଲିମ୍ପିକ୍ସ ଖେଳି ପାରି ନଥିଲେ। ହେଲେ ଏଥର ଡିଫେଣ୍ଡର ଭୂମିକାରେ ସେ ଦଳକୁ କମବ୍ୟାକ କରିଛନ୍ତି। ଏମାନଙ୍କ ବ୍ୟତୀତ ଅମିତ ରୋହିଦାସ, ହାର୍ଦ୍ଦିକ ସିଂହ, ବିବେକ ସାଗର, ନୀଲକଣ୍ଠ ଶର୍ମା, ସୁମିତ, ଶଶମେର ସିଂହ, ଦୀଲପ୍ରୀତ ସିଂହ, ଗୁରଜନ୍ତ ସିଂହ ଓ ଲଳିତ କୁମାର ଉପାଧ୍ୟାୟ ରହିଛନ୍ତି। ଏମାନେ ସମସ୍ତେ ନିଜ ନିଜର ପ୍ରଥମ ଅଲିମ୍ପିକ୍ସ ଖେଳିବେ।
ରାଜ୍ୟ ସରକାର ୨୦୧୮ ମସିହାରେ ଏସିଆନ୍ ଗେମସରେ ପାକିସ୍ତାନକୁ ହରାଇ ବ୍ରୋଞ୍ଜ ଜିତିଥିବାରୁ ଏହି ଦୁଇ ଖେଳାଳୀ ୫୦ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ।

Leave a Reply

Your email address will not be published. Required fields are marked *

Most Popular

Exit mobile version