Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅଧଘଣ୍ଟାଏ ବର୍ଷାରେ ଉବୁଟୁବୁ ରାଜଧାନୀ

ଭୁବନେଶ୍ୱର, (ଓଡ଼ିଶା ୱେୟାର):
ଆଜି ଅପରାହ୍ଣରେ ହଠାତ ରାଜଧାନୀ ଭୁବନେଶ୍ୱର ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ଏହା ପରେ ହଠାତ୍ ମୁଷଳ ଧାରାରେ ବର୍ଷିଥିଲା । ସ୍ଥିତି ଏମିତି ହୋଇଥିଲା ଯେ ମାତ୍ର ଅଧଘଣ୍ଟାରେ ବୁଡ଼ି ଯାଇଥିଲା।
ରାଜଧାନୀର ବହୁ ପ୍ରମୁଖ ଅଞ୍ଚଳ ବିଶେଷକରି ଇସ୍କନ ମନ୍ଦିର ସାମ୍ନା ଜାତୀୟ ରାଜପଥ, ନୟାପଲ୍ଲୀ ବେହେରା ସାହି, ବମିଖାଲ, ଲକ୍ଷ୍ମୀ ସାଗର ଓ ସୁନ୍ଦରପଦା ଅଞ୍ଚଳରେ କୁତ୍ରିମ ବନ୍ୟା ସୃଷ୍ଟି ହୋଇ ଦୟନୀୟ ସ୍ଥିତି ହୋଇଥିଲା। ଜାତୀୟ ରାଜପଥରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିବାରୁ ରାସ୍ତାରେ ଯାଆସ ଠପ୍ ହୋଇଯାଇଥିଲା ।
ଏପରିକି ପାଣି ସୁଅରେ ବୁଡ଼ି ଯାଇଥିଲା ବହୁ କାର ଓ ବାଇକ୍ ତଳିଆ ଅଞ୍ଚଳରେ କେଉଁଠି କେଉଁଠି ଅଣ୍ଟାଏ ଉଚ୍ଚର ପାଣି ମଧ୍ୟ ଛିଡ଼ା ହୋଇ ରହିଥିଲା । ରାସ୍ତାରେ ଖାଲ ଓ ଢିପ ଜାଣି ନପାରି ବହୁ ବାଇକ ଆରୋହୀ ରାସ୍ତାରେ ପଡ଼ି ଆହତ ହୋଇଥିବା ବେଳେ କାର ଡ୍ରାଇଭର ବି ନିରୁପାୟ ହୋଇ ପ଼ଡ଼ିଥିଲେ । ମାତ୍ର ଅଧଘଣ୍ଟାଏ ଭିତରେ ରାଜଧାନୀର ଏ ଜଳାର୍ଣ୍ଣବ ସ୍ଥିତି ସ୍ମାର୍ଟସିଟି ବାସିନ୍ଦାଙ୍କୁ ନାକେଦମ କରିଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top