Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜଧାନୀ ବିମାନ ବନ୍ଦରରେ ଅଜଣା ବ୍ୟାଗ୍‌, ଲୋକେ ଆତଙ୍କିତ :ସନ୍ଧାନୀ କୁକୁର ସାହାଯ୍ୟରେ ପୁଲିସର ଯାଞ୍ଚ

ଭୁବନେଶ୍ୱର,(ଓଡ଼ିଶା ୱେୟାର) : କିଛି ସମୟ ପୂର୍ବରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଦେଖିବାକୁ ମିଳିଲା କଡ଼ା ଚେକିଂ । ପୋଲିସ୍‌ କର୍ମଚାରୀମାନେ ସନ୍ଧାନୀ କୁକୁର ଧରି ପହଞ୍ଚିଗଲେ । କୁକୁରଟି ସୁଙ୍ଘି ସୁଙ୍ଘି କିଛି ଖୋଜୁଥିଲା । ପରେ ଏକ ଜରି ବ୍ୟାଗ ପାଖରେ ପହଞ୍ଚିଲା । ଯାହାକୁ ପୋଲିସ ଜବତ କରିଛି । ଟର୍ମିନାଲ-୧ରେ ଏହି ଘଟଣା ଘଟିଛି । ସନ୍ଦେହଜନକ ଅବସ୍ଥାରେ ଏହି ଜରି ବ୍ୟାଗ ମିଳିବା ପରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ତେବେ ଯାଞ୍ଚ ପରେ ଏହି ବ୍ୟାଗ୍‌ରେ ସେମିତି କିଛି ମାରାତ୍ମକ ଜିନିଷ ନଥିବା ଜଣାପଡ଼ିଛି । କେହି ଜଣେ ସେହି ବ୍ୟାଗରେ ତାର ଖାଇବା ଜିନିଷ ଛାଡ଼ି ଚାଲି ଯାଇଥିଲେ । ଅବଶ୍ୟ ବର୍ତ୍ତମାନର ପରିସ୍ଥିତି ଦୃଷ୍ଟିରୁ ପ୍ରଥମେ ଏହାକୁ କେହି ନଛୁଇଁ ସନ୍ଧାନୀ କୁକୁର ଦ୍ୱାରା ପୋଲିସ୍‌ ଯାଞ୍ଚ କରିଥିଲା । କାଳେ ଏହାକୁ ନେଇ ଯାତ୍ରୀମାନେ ଭୟଭୀତ ହୋଇଯିବେ ସେ ଦିଗ ପ୍ରତି ମଧ୍ୟ ଦୃଷ୍ଟି ଦିଆଯାଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top