Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ଉତ୍କଳ ଦିବସ: ଏହି ଦିନ ଓଡ଼ିଶାକୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

ଆଜି ପବିତ୍ର ଉତ୍କଳ ଦିବସ । ଆଜିର ଦିନରେ ଓଡ଼ିଶାକୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ। ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳ କରନ୍ତି ପ୍ରତିଟି ଓଡ଼ିଆ । ନିଜକୁ ଓଡ଼ିଆ ଭାବେ ଗର୍ବ ଅନୁଭବ କରନ୍ତି । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୮ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉକ୍ରଳ ଦିବସ ଭାବେ ପାଳନ କରାଯାଇଆସୁଛି । । ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଆଜିର ଏହି ଖାସ ଦିନ ଅବସରରେ ଓଡ଼ିଶାର ବରପୁତ୍ର ମାନଙ୍କୁ ମନେ ପକାଉଛନ୍ତି ରାଜ୍ୟବାସୀ ।

ଚଳିତ ବର୍ଷ ଓଡ଼ିଶା ଏହାର ୮୮ତମ ଜନ୍ମ ଦିବସ ପାଳନ କରିବ । ଓଡ଼ିଶା ଜାତିର ଅସ୍ମିତାର ସୁରକ୍ଷା ନେଇ ସଂଗ୍ରାମର କାହାଣୀ କୁହେ ଆଜିର ତାରିଖ । ପୂର୍ବରୁ ବିହାରର ଏକ ଅଂଶ ଥିଲା ଓଡିଶା । ସମ୍ୱଲପୁର ମଧ୍ୟପ୍ରଦେଶ ସହ ମିଶିଥିବା ବେଳେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ ଓ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧିନରେ ରହିଥିଲା । ତେବେ ସ୍ୱତନ୍ତ୍ର ଓଡ଼ିଆ ପ୍ରଦେଶ ଗଠନ କରିବା ନିମନ୍ତେ ମଧୁସୂଦନ ଦାସ, ନୀଳକଣ୍ଠ ଦାସ, ରାଧାନାଥ ରାୟ, ଫକୀର ମୋହନ ସେନାପତି, କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ଏହି ବୀରପୁତ୍ରମାନଙ୍କ ଉଦ୍ୟମରେ ପ୍ରଥମେ ୧୯୦୩ ମସିହାରେ ଉତ୍କଳ ସମ୍ମିଳନୀ ଗଠନ ହୋଇଥିଲା । ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଉତ୍କଳ ସମ୍ମିଳନୀ ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗି ରହିଥିଲା । ବୀରପୁତ୍ରମାନଙ୍କର ତ୍ୟାଗ ଓ ପ୍ରଚେଷ୍ଠାରେ ପ୍ରଥମେ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ୱଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା । ୧୯୫୦ ମସିହା ଜାନୁଆରୀ ମାସରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଡି ହୋଇ ମୋଟ ୧୩ଟି ଜିଲ୍ଲା ହୋଇଥିଲା । ଏହାପରେ ୧୯୯୨ରେ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁର୍ନବିଭାଜନ କରି ୩୦ ଜିଲ୍ଲାରେ ବିଭକ୍ତ କରାଯାଇଥିଲା ।

୧୯୩୬ ମସିହା ଅପ୍ରେଲ ୧ରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହେବା ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏହି ଦିନକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ । ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପର୍ଯ୍ୟଟନ ବେଶ ସ୍ୱତନ୍ତ୍ର । ଆମର ମନ୍ଦିରରେ କଳା, ଭାସ୍କର୍ଯ୍ୟ ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । କୋଣାର୍କରୁ ନେଇ ଲିଙ୍ଗରାଜ ଓଡ଼ିଆର କାରୁକାର୍ଯ୍ୟର ଜ୍ୱଳନ୍ତ ଉଦାହରଣ । ଯାହାକୁ ନେଇ ପ୍ରତିଟି ସ୍ୱାଭିମାନୀ ଓଡ଼ିଆ ଗର୍ବ ଅନୁଭବ କରେ ।

ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି । ସେପଟେ ଏହି ଅବସରରେ ବାଲୁକାକଳାରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନୀଳାଦ୍ରି ବିଚ୍ ରେ ଏକ ସୁନ୍ଦର ବାଲୁକା ଚିତ୍ରକଳା ନିର୍ମାଣ କରିଛନ୍ତି। ଏଥିରେ ଓଡ଼ିଶାର ମାନଚିତ୍ର ସହ ଓଡ଼ିଶାର ପ୍ରସିଦ୍ଧ ମନ୍ଦିର, ଐତିହ୍ୟ ସ୍ଥଳୀକୁ ସ୍ଥାନ ଦେଇଛନ୍ତି । ଏହି ବାଲୁକା ଚିତ୍ରକଳା ମାଧ୍ୟମରେ ସୁଦର୍ଶନ ଓଡ଼ିଶାବାସୀଙ୍କ ସଫଳତା, ସମୃଦ୍ଧି କାମନା କରିଛନ୍ତି। ଏହି ଆକର୍ଷଣୀୟ ବାଲୁକାକଳାକୁ ଦେଖିବାକୁ ପ୍ରବଳ ପର୍ଯ୍ୟଟକଙ୍କ ଭିଡ ପରିଲକ୍ଷିତ ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top