Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟିକା ଆସିବାରେ ଯଦି କୌଣସି ସମସ୍ୟା ନ ହୁଏ, ଡିସେମ୍ବର ସୁଦ୍ଧା ସରିବ ଟିକାକରଣ: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର) :ଡିସେମ୍ବର ସୁଦ୍ଧା ସରିବ ଟିକାକରଣ। ଯଦି ଟିକା ଆସିବାରେ କୌଣସି ସମସ୍ୟା ନ ହୁଏ ୪ ମାସ ମଧ୍ୟରେ ଟିକାକରଣ ଶେଷ ହେବ। ବର୍ତ୍ତମାନ ସୁଦ୍ଧା ୨ କୋଟି ୨୦ ଲକ୍ଷ ଡୋଜ୍‌ ଟିକା ଦିଆଯାଇସାରିଛି। ପ୍ରଥମ ଡୋଜ୍‌ ୧ କୋଟି ୬୬ଲକ୍ଷ ଓ ଦ୍ୱିତୀୟ ଡୋଜ୍‌ ୫୩ ଲକ୍ଷ ଲୋକ ନେଇ ସାରିଛନ୍ତି। ମୋଟ ୫୪ ପ୍ରତିଶତ ପ୍ରଥମ ଡୋଜ ଦିଆଯାଇଛି।
କୋଭିସିଲ୍‌ଡ ଟିକା ୨୮ ଲକ୍ଷ ୫୪ ହଜାର, କୋଭାକ୍ସିନ ୪ ଲକ୍ଷ ୫୪ ହଜାର ଟିକା ମହଜୁଦ ରହିଛି। ଯେଉଁ ମାନଙ୍କର ଦ୍ୱିତୀୟ ଡୋଜ୍‌ ଟିକା ନେବାର ଅଛି , ପ୍ରାଥମିକତା ଭିତ୍ତିରେ ଦେବା ପାଇଁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷକ ଓ ଦ୍ୱିତୀୟ ଡୋଜ୍‌ ଲୋକଙ୍କୁ ପ୍ରାଧାନ୍ୟ ଦିଆଯାଉଛି। କେତେ ଶିକ୍ଷକ ଟିକା ନେବେ ସମସ୍ତ ଜିଲ୍ଲାକୁ ତଥ୍ୟ ମଗାଯାଇଛି।
ସେପ୍ଟେମ୍ବର ୫ ସୁଦ୍ଧା ଶିକ୍ଷକଙ୍କ ଟିକାକରଣ ଶେଷ ହେବ। କେବଳ ଶିକ୍ଷକଙ୍କୁ ଟିକା ଦେବା ପାଇଁ କିଛି ସ୍ୱତନ୍ତ୍ର କେନ୍ଦ୍ର କରାଯାଇଛି। ଆଜି ୧୪୦୦ କେନ୍ଦ୍ରରେ ଟିକାକରଣ ଚାଲିଛି। ୧ ଲକ୍ଷ ଗର୍ଭବତୀ ମହିଳାଙ୍କୁ ଟିକାକରଣ କରାଯାଇଛି। ପ୍ରଥମ ଲହରରେ ୮ ପ୍ରତିଶତ ଶିଶୁ ସଂକ୍ରମିତ ହୋଇଥିଲେ। ଦ୍ୱିତୀୟ ଲହରରେ ଜୁଲାଇ ସୁଦ୍ଧା ୧୦ ପ୍ରତିଶତ ଶିଶୁ ସଂକ୍ରମିତ ହୋଇଥିଲେ। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏ ନେଇ ସୂଚନା ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top