Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଡରାଉଛି ବାତ୍ୟା ‘ତିତଲି’

ଭୁବନେଶ୍ୱର : ଓଡିଶା ଉପକୂଳ ଆଡକୁ ମୁହାଁଉଛି ତିତଲି । ଭୟଙ୍କର ବାତ୍ୟା  ଆସନ୍ତାକାଲି ସକାଳ ୫ଟାରୁ ୮ଟା ମଧ୍ୟରେ ଗୋପାଳପୁର ଓ କଳିଙ୍ଗପଟ୍ଟନମ ମଧ୍ୟରେ ଉପକୂଳ ଛୁଇଁବାର ଆଶଙ୍କା କରାଯାଉଛି । ଏହାର ପ୍ରଭାବରେ ଆଜି ରାତିଠୁ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହୋଇଛି । ଗୋପାଳପୁର ଠାରୁ ମାତ୍ର ୧୫୦ କିଲୋମିଟର ଦୂରରେ ରହିଛି ତିତଲି । ଆଉ ଏହାର ପ୍ରଭାବରେ ଏବେଠାରୁ ଗୋପାଳପୁର ଠାରେ ଭୟଙ୍କର ପବନ ବହିବା ଆରମ୍ଭ ହୋଇଛି । ସମୁଦ୍ର କୂଳ ଅଞ୍ଚଳରେ ୧୦୦ କିଲୋମିଟରରୁ ଅଧିକ ବେଗରେ ପବନ ବହିବା ଆରମ୍ଭ ହୋଇଛି ।

 

ଆଜି ସକାଳେ ଓ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଭୟଙ୍କର ବାତ୍ୟା ‘ତିତଲି’କୁ ଦୃଷ୍ଟିରେ ରଖି ୩ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ଆଜି ସନ୍ଧ୍ୟା ୮ଟା ୨୦ମିନିଟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟକୁ ଯାଇ ବାତ୍ୟା ‘ତିତଲି’କୁ ନେଇ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏହାପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଥିଲେ ଯେ ଏବେସୁଦ୍ଧା ୩ଲକ୍ଷ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଅଧିକ ସଂଖ୍ୟକ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି । ପରିସ୍ଥିତି ଉପରେ ସତର୍କ ନଜର ରଖାଯାଇଛି । ତଟରକ୍ଷୀ ବାହିନୀଙ୍କ ଦ୍ୱାରା ୨୧୫ଟି ମତ୍ସ୍ୟଜୀବୀ ବୋଟକୁ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ବୋଟଗୁଡ଼ିକ ଖୋଜିବା କାର୍ଯ୍ୟ ଜାରି ରହିଛି । ପୁରୀ,ଗୋପାଳପୁର, ପାରାଦୀପ, ଚାନ୍ଦବାଲିରେ ୯ ଓ ୧୦ ନମ୍ବର ବିପଦ ସଙ୍କେତ ଲଗାଯାଇଛି । ଏନଡିଆରଏଫ୍ ଓ ଓଡ୍ରାଫ ଟିମକୁ ବିଭିନ୍ନ ସମ୍ବେଦନଶୀଳ ଜିଲ୍ଲାରେ ମୁତୟନ କରାଯାଇଥିବାବେଳେ ମେଡିକାଲ ଟିମକୁ ପ୍ରସ୍ତୁତ ରଖାଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ଘଣ୍ଟାକୁ ୧୪ କିଲୋମିଟର ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ତିତଲି । ତେବେ ରାତି ୧୧.୩୦ ପରେ ଏହି ବାତ୍ୟାର ପ୍ରକୋପ ଅଧିକ ଅନୁଭୂତ ହେବ । ଏପରିକି ତିତଲି ଉପକୂଳ ଆଡକୁ ଯେତିକି ପାଖେଇ ଆସିବ ପବନ ଓ ବର୍ଷାର ପରିମାଣ ସେତିକି ଅଧିକ ବଢିବ । ଏବେ ଗୋପାଳପୁରରେ ଥିବା ଡପଲର ରାଡାର ରେଂଜରେ ରହିଛି ‘ତିତଲି’ ।ଆଉ ସ୍ଥଳଭାଗ ଛୁଇଁବା ପରେ ୪ ଘଣ୍ଟା ବାତ୍ୟାର ପ୍ରଭାବ ରହିବ ବୋଲି ସୂଚନା ମିଳିଛି ।
ଭୟଙ୍କର ବାତ୍ୟା ‘ତିତଲି’କୁ ଦୃଷ୍ଟିରେ ରଖି ଭୁବନେଶ୍ୱରକୁ ଟ୍ରେନ ଓ ବିମାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରକୁ ବିମାନ ଚଳାଚଳ ବାତିଲ କରାଯାଇଛି । ବିମାନ ବନ୍ଦର କର୍ତୃପକ୍ଷଙ୍କଠୁ ମିଳିଥିବା ସୂଚନା ଅନୁସାରେ,ଆଜି ରାତିରେ କୌଣସି ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ରହଣୀ କରିବ ନାହିଁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top