Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦେବଗଡ଼ (ଓଡ଼ିଶା ୱେୟାର): ମାତ୍ର ୫ ବର୍ଷ ୧୦ ମାସର ଚାକିରି କାଳ ମଧ୍ୟରେ କନିଷ୍ଠ ଯନ୍ତ୍ରୀ ପାଲଟିଛନ୍ତି କୁବେର । ରେଗୁଲାର ହୋଇ ନ ଥିବା ବେଳେ ଠୁଳ କରିଛନ୍ତି ଅଚାଳଚଳ ସମ୍ପତ୍ତି । କେବଳ ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ରହିଛି ୬୦ଟି ପ୍ଲଟ। ଚାକିରି ଜୀବନର ପ୍ରଥମ ପାହାଚରେ ପାଦ ଦେଉ ଦେଉ ଏପରି ଅମାପ ସମ୍ପତ୍ତିର ମାଲିକ ହେବାରେ ସକ୍ଷମ ହୋଇଛନ୍ତି ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଳକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରା । ବିକାଶଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବରୁ ଅଭିଯୋଗ ହୋଇଥିବା ବେଳେ ଆଜି ଚଢ଼ାଉ ବେଳେ ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଛି ।
ଆଜି ଭୋର ପ୍ରାୟ ୫ଟା ସମୟରେ ବିକାଶଙ୍କ ବଳମସ୍ଥିତ ବାସଭବନ ଏବଂ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭିଜିଲାନ୍ସ ଡିଏସପି ବିରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ରାଉକେଲା ଓ ଦେବଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଚଢ଼ଉ ବେଳେ ତାଙ୍କ ଘରୁ କିଛି ଜମିଜମା କାଗଜପତ୍ର ଓ ନଗଦ ୪ ଲକ୍ଷ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି। ଏହାସହ ତାଙ୍କ ଘରୁ ଏକ ବୋଲେରୋ ଓ ବୁଲେଟ ଗାଡ଼ି ଜବତ ହୋଇଛି । ବିକାଶଙ୍କର ବଳମରେ ଦୁଇ ମହଲା କୋଠା ରହିଛି।
ବିକାଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ପୂର୍ବରୁ ହୋଇଥିବା ଅଭିଯୋଗ ଆଧାରରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top