Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲଖିମପୁର ହିଂସା: ମୃତକଙ୍କ ସତ୍କାରକୁ ବିରୋଧ, ଅଟୋପ୍ସି ରିପୋର୍ଟ ଦାବି

ନୂଆଦିଲ୍ଲୀ: ଲଖିମପୁର ଖେରି ହିଂସା ଘଟଣା ଦିନକୁ ଦିନ ଉଗ୍ର ରୂପ ନେବାରେ ଲାଗିଛି। ରବିବାର ଦିନ ହିଂସାରେ ମୃତ୍ୟୁ ମୁଖରେ ପଡ଼ିଥିବା ଚାଷୀଙ୍କ ମଧ୍ୟରେ ଜଣେ ୧୯ ବର୍ଷର ଚାଷୀ ମଧ୍ୟ ରହିଥିଲେ। ତାଙ୍କ ନାଁ ଲଭପ୍ରିତ ସିଂ ବୋଲି ଜଣାପଡ଼ିଛି। ତେବେ ଘଟଣାରେ ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ପରିବାର ସଦସ୍ୟଙ୍କୁ ଦେଖିବା ପାଇଁ ଡକାଇଥିଲେ। ମାତ୍ର ପରିବାର ଲୋକେ ତାଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ସୂଚନାଯୋଗ୍ୟ କେନ୍ଦ୍ରୀୟ ରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର ଗାଡ଼ି ଚଢାଇ ୮ ଲୋକଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ମୃତକଙ୍କ ମଧ୍ୟରେ ଲଭପ୍ରିତ ସିଂ ମଧ୍ୟ ରହିଥିଲେ। ତେବେ ଲଭପ୍ରିତଙ୍କ ଶବକୁ ରାସ୍ତାରେ ରଖି ସତ୍କାରକୁ ବିରୋଧ କରିଥିଲେ ପରିବାର ଲୋକେ ଓ ସମ୍ପର୍କିୟ। ସେମାନେ ଅଟୋପ୍ସି ଦାବି ରେ ଧାରଣାରେ ଅଡ଼ି ବସିଛନ୍ତି।

ଲଭପ୍ରିତଙ୍କ ବାପା କହିଛନ୍ତି କି ମୋ ପୁଅକୁ ଗାଡ଼ି ଚଢାଇ ହତ୍ୟା କରାଯାଇଛି। ଏମାନେ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ପ୍ରଶାସନ ମାମଲାକୁ ଦବାଇବାକୁ ପ୍ରୟାସ କରୁଛି ବୋଲି ସେ କହିଛନ୍ତି। ଲଭପ୍ରିତଙ୍କ ଦୁଇ ଭଉଣୀ ସେମାନଙ୍କର ଏକମାତ୍ର ଭାଇଙ୍କୁ ହରାଇ ମାନସିକ ସ୍ତରରେ ଗଭୀର ଆଘାତ ବପାଇଥିବା ସେ କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top