ଭୁବନେଶ୍ବର,(ଓଡ଼ିଶା ୱେୟାର) : ଆସନ୍ତା ୫ ଦିନ ଯାଏଁ ଶୀତ ଲହରୀ ପାଇଁ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଆସନ୍ତା ୨୪ଘଣ୍ଟାରେ ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ମୟୁରଭଞ୍ଜ, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଭୀଷଣ ଶୀତ ଅନୁଭୂତ ହେବ । ଏନେଇ ୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଆହୁରି ବଢିବ ଶୀତ। ସେହିପରି ଏଥିସହିତ ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ଥଣ୍ଡା ଅନୁଭୂତ ହେବ । ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ନୂଆପଡା, କନ୍ଧମାଳ ଏବଂ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।


