Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗୁଳିମାଡ଼ର ଶିକାର ଯୁବକଙ୍କ ମୃତ୍ୟୁ

ରାଉରକେଲା (ଓଡ଼ିଶା ଓ୍ବେୟାର): ଶୁକ୍ରବାର ସନ୍ଧ୍ୟାରେ ଗୁଳିମାଡ଼ର ଶିକାର ହୋଇଥିବା ରାଉରକେଲାର ଜିତେନ୍ଦ୍ର ସାହଙ୍କର ମୃତ୍ୟୁ ହୋଇଯାଇଛି। ଆଇଜିଏଚ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସ୍ଥିତିକୁ ଦୃଷ୍ଟିରେ ରଖି ହସ୍‌ପିଟାଲ୍‌ରେ ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।
ରାଉରକେଲା ପ୍ଲାଣ୍ଟସାଇଟ୍ ଥାନା ଅନ୍ତର୍ଗତ ରେଲେଓ୍ୱ କଲୋନୀର ଜିତେନ୍ଦ୍ର ସାହଙ୍କ ଉପରକୁ ୬ ରାଉଣ୍ଡ ଗୁଳି ଚଲା ଯାଇଥିଲା। ୪ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି କରିଥିଲେ।
ଏହି ଗୁଳିମାଡ଼ରେ ଜିତେନ୍ଦ୍ରଙ୍କ ସହିତ ତାଙ୍କର ଜଣେ ସଂପର୍କୀୟା ମଧ୍ୟ ଆହତ ହୋଇଥିଲେ। ଉଭୟଙ୍କୁ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଜିତେନ୍ଦ୍ରଙ୍କର ମୃତ୍ୟୁ ହୋଇଯାଇଛି।
ଗତକାଲି ଏହି ଗୁଳିମାଡ଼ ପରେ ଆଇଜିଏଚ୍ ପରିସରରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଥିଲା। ସେଥିପାଇଁ ସେଠାରେ ୨ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଥିଲା।
ପୂର୍ବ ଶତ୍ରୁତାରୁ ଜିତେନ୍ଦ୍ରଙ୍କ ଉପରକୁ ଗୁଳିମାଡ଼ ହୋଇଥିବା କୁହାଯାଉଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତମାନେ ଧରା ପଡ଼ିବା ପରେ ଗୁଳିମାଡ଼ର ପ୍ରକୃତ କାରଣ ଜଣାପଡ଼ିବ ବୋଲି ରାଉରକେଲା ଏସ୍‌ପି କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top